ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କୁ ସଚିବଙ୍କ ଚିଠି; ଜୟନ୍ତଙ୍କୁ ସିଣ୍ଡିକେଟରୁ ବାଦ ଦେବାକୁ ପରାମର୍ଶ

ବ୍ରହ୍ମପୁର ଅଫିସ,୨୨ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ମନୋନୀତ ହୋଇଥିବା ପୂର୍ବତନ କୁଳପତି ପ୍ରଫେସର ଜୟନ୍ତ କୁମାର ମହାପାତ୍ରଙ୍କ ସଦସ୍ୟତା ବାତିଲ ହୋଇପାରେ। ଏହାକୁ ବାତିଲ କରିବାକୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ସଚିବ ଶାଶ୍ୱତ କୁମାର ମିଶ୍ର ବିଭାଗୀୟ ନିର୍ଦ୍ଦେଶକଙ୍କୁ ଗତ ୧୯ତାରିଖରେ ଚିଠି ଲେଖିଛନ୍ତି। ନିକଟରେ ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତିନିଧିି ଭାବେ ମନୋନୀତ ହୋଇଥିବା ପ୍ରଫେସର ମହାପାତ୍ରଙ୍କ ନାମରେ ଦୁଇଟି ଅଭିଯୋଗ ରହିଥିବା ଚିଠିରେ ଦର୍ଶାଯାଇଛି। ସେହି ବିଶ୍ୱବିଦ୍ୟାଳୟରେ ପୂର୍ବରୁ ଥିବା କୁଳପତି ସିଣ୍ଡିକେଟକୁ ମନୋନୀତ ହୋଇ ପାରିବେ ନାହିଁ ବୋଲି ନିୟମ ରହିଛି।
ଉକ୍ତ ନିୟମାନୁଯାୟୀ ପ୍ରଫେସର ମହାପାତ୍ରଙ୍କୁ ସିଣ୍ଡିକେଟ ସଦସ୍ୟରୁ ବାଦଦେଇ ତାଙ୍କ ବଦଳରେ ଅନ୍ୟଜଣଙ୍କୁ ପ୍ରତିନିଧି ଭାବେ ମନୋନୀତ କରିବାକୁ ସଚିବ ଚିଠିରେ ପରାମର୍ଶ ଦେଇଛନ୍ତି। ଚିଠି ପ୍ରକାରେ, ମହାପାତ୍ର ୨୦୧୦-୧୩ ପର୍ଯ୍ୟନ୍ତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ଭାବେ କାର୍ଯ୍ୟ କରିବା ସହ ସିଣ୍ଡିକେଟ ଚେୟାରମ୍ୟାନ ଦାୟିତ୍ୱ ତୁଲାଇଥିଲେ ା ଏହାବ୍ୟତୀତ କୁଳପତି ଥିବା ବେଳେ ବହୁ ଆର୍ଥିକ କାରବାର, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା କରିଥିବା ନେଇ ଅଭିଯୋଗ ହୋଇଥିବା ମଧ୍ୟ ସଚିବ ଉକ୍ତ ଚିଠିରେ ଦର୍ଶାଇଛନ୍ତି ା ସଚିବଙ୍କ ଏପରି ଚିଠି ପରେ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ପ୍ରତିନିଧିଭାବେ ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ଗତ ୨ତାରିଖରେ ମନୋନୀତ ହୋଇଥିବା ମହାପାତ୍ରଙ୍କ ସଦସ୍ୟତା ବାତିଲ ହେବାର ଆଶଙ୍କା ଥିବା ନେଇ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ମହାପାତ୍ରଙ୍କ ସଦସ୍ୟତା ବାତିଲକୁ ନେଇ କୌଣସି ଚିଠି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟକୁ ଆସି ନ ଥିବା କୁଳସଚିବ ରଞ୍ଜନ ବିଶ୍ୱାଳ ସୂଚନା ଦେଇଛନ୍ତି।
ବିଶ୍ୱବିଦ୍ୟାଳୟ ସିଣ୍ଡିକେଟକୁ ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତିନିଧି ଭାବେ ଗତ ୨ତାରିଖରେ ମହାପାତ୍ର ମନୋନୀତ ହୋଇଥିଲେ। ଏନେଇ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ବିଶ୍ୱବିଦ୍ୟାଳୟକୁ ଚିଠି ନଂ.୨୫୪୯୮ରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?