ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ : ବିନା ଅଧ୍ୟାପକରେ ଚାଲିଛି ଏମ୍‌ଜେଏମ୍‌ସି ବିଭାଗ

ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ ସୁନାମ ଅର୍ଜନ କରିଛନ୍ତି। କିନ୍ତୁ ଏବେ ସାମ୍ବାଦିକ ଗଣଯୋଗାଯୋଗ(ଏମ୍‌ଜେଏମ୍‌ସି) ଓ ଆଇନ ବିଭାଗରେ ଅଧ୍ୟାପକ ନାହାନ୍ତି । ଏମ୍‌ଜେଏମ୍‌ସି ବିଭାଗ ପାଇଁ ବିଶ୍ୱବିଦ୍ୟାଳୟ ପରିଚୟ ହାସଲ କରିଥିବା ବେଳେ ଏବେ ନା ଅଛନ୍ତି ସ୍ଥାୟୀ ଅଧ୍ୟାପକ ନା ଅତିଥି ଅଧ୍ୟାପକ। ୨ ଜଣ ଅତିଥି ଅଧ୍ୟାପକଙ୍କୁ ନେଇ ବିଭାଗ ଚାଲୁଥିଲା। କିନ୍ତୁ ଅତିଥି ଅଧ୍ୟାପକ ମାନଙ୍କର ଚୁକ୍ତି ଗତ ଏପ୍ରିଲରେ ସରିଯାଇଥିବା ବେଳେ ଏବେ ବିନା ଅଧ୍ୟାପକରେ ଚାଲିଛି ବିଭାଗ। କିଛି ଦିନ ତଳେ ଇତିହାସ ବିଭାଗର ଜଣେ ଅଧ୍ୟାପକଙ୍କୁ କୋର୍ଡ଼ିନେଟର ଭାବେ ନିଯୁକ୍ତି ଦେଇଛି ବିଶ୍ୱବିଦ୍ୟାଳୟ ପ୍ରଶାସନ। ଅନ୍ୟପଟେ ଆଇନ ବିଭାଗରୁ କିଛି ଦିନ ତଳେ ମୁଖ୍ୟ ପ୍ରଫେସର ଭାଗୀରଥି ପାଣିଗ୍ରାହୀ ଅବସର ନେବା ପରେ ଜଣେ ଅଧ୍ୟାପକଙ୍କୁ ନେଇ ଚାଲିଛି ଏହି ବିଭାଗ। ଗବେଷଣା କରୁଥିବା ପିଲାମାନେ ଅନେକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଏହି ବିଷୟରେ ଛାତ୍ରମାନେ ଗତ ଗୁରୁବାର କୁଳସଚିବଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଆମେ ଏହି ବିଷୟରେ ବିଶ୍ୱବିଦ୍ୟାଳୟର ମିଡ଼ିଆ ସେଲ୍‌ ଅଧ୍ୟକ୍ଷ ବଳଭଦ୍ର ତ୍ରିପାଠୀଙ୍କୁ ପଚାରିବାରୁ ଏବେ ନିଯୁକ୍ତି ପ୍ରକ୍ରିୟା ଚାଲୁରହିଛି। ବହୁ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri