ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି ଦାୟିତ୍ୱ ନେଲେ ଗୋବିନ୍ଦ ଜେ. ଚକ୍ରପାଣି

ବ୍ରହ୍ମପୁର ଅଫିସ,୧୭ା୧୦-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ବୁଧବାର ପ୍ରଫେସର ଗୋବିନ୍ଦ ଜେ. ଚକ୍ରପାଣି ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ଚକ୍ରପାଣି ପ୍ରଥମେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ଦାୟିତ୍ୱ ଗ୍ରହଣ କରିଥିଲେ ା ଦାୟିତ୍ୱ ଗ୍ରହଣ ବେଳେ କୁଳସଚିବ ରଞ୍ଜନ ବିଶ୍ୱାଳ, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ପ୍ରଫେସର ଅରୁନ୍ଧତୀ ରଥଙ୍କ ସମେତ କର୍ମଚାରୀ ସଂଘ, ଶିକ୍ଷକ ଓ ଅଣଶିକ୍ଷକ ସଂଘ କର୍ମକର୍ତ୍ତା ଉପସ୍ଥିତ ରହି ପ୍ରଫେସର ଚକ୍ରପାଣିଙ୍କୁ ସ୍ବାଗତ କରିଥିଲେ ା ପ୍ରଫେସର ଚକ୍ରପାଣି ଏହା ପୂର୍ବରୁ ଆଇଆଇଟି ରୁଡ୍‌କୀରେ ଭୂତତ୍ତ୍ୱ ବିଜ୍ଞାନ ବିଭାଗ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ ା
ସୂଚନାଯୋଗ୍ୟ, ଅଗଷ୍ଟ ୨ରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ଦାସଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ଏହାପରେ ଦୀର୍ଘ ଦୁଇମାସ ଧରି କୁଳପତି ପଦବୀ ଖାଲି ରହିଥିଲା ା ଦୁଇମାସ ପରେ ସେପ୍ଟେମ୍ବର ୩୦ରେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କୁଳପତି ଭାବେ ପ୍ରଫେସର ଚକ୍ରପାଣିଙ୍କୁ ନିଯୁକ୍ତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri