ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ପୁରସ୍କାରରେ ପୁଣି ବାଜି ମାରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ୟୁପିଏଚ୍‌ସି)। ଏହି ପୁରସ୍କାରରେ ସହରର ୮ ୟୁପିଏଚ୍‌ସି ମଧ୍ୟରୁ ଆଗାସାହି ଓଡିଶାରେ ପ୍ରଥମସ୍ଥାନ ହାସଲ କରିଛି । ଆସ୍କାରୋଡ ଓ ବୈକୁଣ୍ଠନଗର ୟୁପିଏଚ୍‌ସି ଦ୍ୱିତୀୟ ସ୍ଥାନ ହାସଲ କରିଛି । ଏହାବ୍ୟତୀତ ଅନ୍ୟ ୪ ୟୁପିଏଚ୍‌ସି ରାଜ୍ୟର ଶ୍ରେଷ୍ଠ ୧୫ ମଧ୍ୟରେ ରହିଛି। ସେମାନଙ୍କ ମଧ୍ୟରେ ଆମ୍ବପୁଆ ୬ଷ୍ଠ , ଖୋଡାସିଙ୍ଗି ୧୧ତମ, ଉତ୍ତରାମୁଖୀ ୧୪ତମ, ଗୁଡସ୍‌ଶେଡ୍‌ ରୋଡ୍‌ ୟୁପିଏଚ୍‌ସି ୧୫ତମ ସ୍ଥାନରେ ରହିଥିବା ନେଇ ବିଏମ୍‌ସି କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ା ସୂଚନାଯୋଗ୍ୟ, ୨୦୧୯ ଫେବୃୟାରୀରେ ୨୦୧୮-୧୯ ପାଇଁ ଘୋଷିତ କାୟାକଳ୍ପ ପୁରସ୍କାର ବ୍ରହ୍ମପୁରର ୭ ୟୁପିଏଚ୍‌ସି ଶ୍ରେଷ୍ଠ ୨୫ ମଧ୍ୟରେ ସ୍ଥାନ ପାଇଥିଲା ା ସେଥିମଧ୍ୟରୁ ପ୍ରଥମ ଶ୍ରେଷ୍ଠ ୧୦ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟରେ ବ୍ରହ୍ମପୁରର ୫ ୟୁପିଏଚ୍‌ସି ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ଏମାନଙ୍କ ପାଇଁ କାଳ ୨୦୨୬! ଏହି ୨ରାଶି ପାଖରୁ ଚାଲିଯିବ ଧନ

ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ...

ତାମିଲନାଡୁରେ ଆଖି ବୁଜିଦେଲେ ଓଡ଼ିଆ ଶ୍ରମିକ: ବାହୁନି ବାହୁନି କାନ୍ଦୁଛି ସ୍ତ୍ରୀ, ବିଧବା ମା’ ଆଖିରୁ ଶୁଖୁନି ଲୁହ 

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ...

ପୁରୁଷୋତ୍ତମପୁର ସବ-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: ବନ୍ଧାହେବେ ଦୂର୍ନିତିକାରୀ

ପୁରୁଷୋତ୍ତମପୁର, ୬ା୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟ୍ରାର ଅଫିସରେ ଘଟିଥିବା ଜମି ଦୁର୍ନୀତି ଘଟଣାରେ ପୋଲିସ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି। ଫଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri