ବ୍ରହ୍ମପୁର ୭ ୟୁପିଏଚ୍‌ସିକୁ କାୟାକଳ୍ପ ପୁରସ୍କାର : ଆଗାସାହି ରାଜ୍ୟରେ ପ୍ରଥମ ଆସ୍କାରୋଡ, ବୈକୁଣ୍ଠନଗର ଦ୍ୱିତୀୟ ଶ୍ରେଷ୍ଠ ୧୫ ମଧ୍ୟରେ ୪ ୟୁପିଏଚ୍‌ସି

ବ୍ରହ୍ମପୁର ଅଫିସ,୧ା୩ – ୨୦୧୯-୨୦ ବର୍ଷ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କାୟାକଳ୍ପ ପୁରସ୍କାର ମଙ୍ଗଳବାର ଘୋଷଣା କରାଯାଇଛି। ଚଳିତ ବର୍ଷ ଏହି ପୁରସ୍କାରରେ ପୁଣି ବାଜି ମାରିଛି ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ୟୁପିଏଚ୍‌ସି)। ଏହି ପୁରସ୍କାରରେ ସହରର ୮ ୟୁପିଏଚ୍‌ସି ମଧ୍ୟରୁ ଆଗାସାହି ଓଡିଶାରେ ପ୍ରଥମସ୍ଥାନ ହାସଲ କରିଛି । ଆସ୍କାରୋଡ ଓ ବୈକୁଣ୍ଠନଗର ୟୁପିଏଚ୍‌ସି ଦ୍ୱିତୀୟ ସ୍ଥାନ ହାସଲ କରିଛି । ଏହାବ୍ୟତୀତ ଅନ୍ୟ ୪ ୟୁପିଏଚ୍‌ସି ରାଜ୍ୟର ଶ୍ରେଷ୍ଠ ୧୫ ମଧ୍ୟରେ ରହିଛି। ସେମାନଙ୍କ ମଧ୍ୟରେ ଆମ୍ବପୁଆ ୬ଷ୍ଠ , ଖୋଡାସିଙ୍ଗି ୧୧ତମ, ଉତ୍ତରାମୁଖୀ ୧୪ତମ, ଗୁଡସ୍‌ଶେଡ୍‌ ରୋଡ୍‌ ୟୁପିଏଚ୍‌ସି ୧୫ତମ ସ୍ଥାନରେ ରହିଥିବା ନେଇ ବିଏମ୍‌ସି କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ା ସୂଚନାଯୋଗ୍ୟ, ୨୦୧୯ ଫେବୃୟାରୀରେ ୨୦୧୮-୧୯ ପାଇଁ ଘୋଷିତ କାୟାକଳ୍ପ ପୁରସ୍କାର ବ୍ରହ୍ମପୁରର ୭ ୟୁପିଏଚ୍‌ସି ଶ୍ରେଷ୍ଠ ୨୫ ମଧ୍ୟରେ ସ୍ଥାନ ପାଇଥିଲା ା ସେଥିମଧ୍ୟରୁ ପ୍ରଥମ ଶ୍ରେଷ୍ଠ ୧୦ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟରେ ବ୍ରହ୍ମପୁରର ୫ ୟୁପିଏଚ୍‌ସି ରହିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri