‘ବ୍ରହ୍ମୋସ୍‌’ର ଦୁଇଥର ସଫଳ ବ୍ୟାବହାରିକ ପରୀକ୍ଷଣ: ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବାର ରଖିଛି କ୍ଷମତା

ବାଲେଶ୍ୱର ଅଫିସ, ୧୭।୧୨-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ(ଆଇଟିଆର) ପକ୍ଷରୁ ମଙ୍ଗଳବାର ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲ୍‌ ‘ବ୍ରହ୍ମୋସ’ର ଦୁଇଥର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ଚାନ୍ଦିପୁର ଟେଷ୍ଟ ରେଞ୍ଜରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ଏବଂ ଅପରାହ୍ନ ସାଢ଼େ ୩ଟାରେ ପଶ୍ଚିମବଙ୍ଗର ପଶ୍ଚିମମେଦିନୀପୁର ଜିଲା କଲେଇକୁଣ୍ଡା ଏୟାରଫୋର୍ସ ଷ୍ଟେଶନରେ ବିମାନ ଯୋଗେ ଆକାଶମାର୍ଗରୁ ଭୂପୃଷ୍ଠକୁ ଏହାକୁ ଉତ୍‌କ୍ଷେପଣ କରାଯାଇଥିଲା। ଦୁଇଥର ଯାକ ପରୀକ୍ଷଣ ସଫଳ ହୋଇଥିବା ସୂଚନା ମିଳିଛି।

ପୂର୍ବାହ୍ନ ୮ଟା ୪୫ ମିନିଟ୍‌ରେ ପ୍ରଥମେ ଆଇଟିଆର ୩ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଏହି କ୍ଷେପଣାସ୍ତ୍ରକୁ ଉତ୍‌କ୍ଷେପଣ କରାଯାଇଥିଲା। ଉପସ୍ଥିତ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ଏହି ପରୀକ୍ଷା କାର୍ଯ୍ୟକୁ ନିରୀକ୍ଷଣ କରିଥିଲେ। ପରେ ଅପରାହ୍ନ ସାଢ଼େ ୩ଟାରେ ବାଲେଶ୍ୱରଠାରୁ ୧୪୭କି.ମି. ଦୂର କୋଲେଇକୁଣ୍ଡାରୁ ସୁଖୋଇ-୩୦ ବିମାନ ଯୋଗେ ଏହାକୁ ଆକାଶମାର୍ଗରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇଥିଲା।

‘ବ୍ରହ୍ମୋସ’ କ୍ଷେପଣାସ୍ତ୍ରର ଏହା ହେଉଛି ଅପଡେଟେଡ୍‌ ଭର୍ସନ। ଏଥିରେ ‘ଲାଇଫ୍‌ ଏକ୍ସଟେନସନ୍‌ ଟେକ୍ନୋଲୋଜି’ ବ୍ୟବହାର କରାଯାଇଛି। ପୂର୍ବରୁ ଲକ୍ଷ୍ୟଭେଦ କ୍ଷମତା ଥିଲା ୨୯୦ କି.ମି.। ଏବେ ପ୍ରଥମଥର ପାଇଁ କ୍ଷେପଣାସ୍ତ୍ରରେ ଲକ୍ଷ୍ୟଭେଦ କ୍ଷମତାକୁ ପରିବର୍ଦ୍ଧିତ କରାଯାଇଛି, ଯାହାକି ୪ଶହ କି.ମି. ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ ବୋଲି ପ୍ରତିରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଉଭୟ ଭାରତ ଓ ରୁଷିଆ ମିଳିତ ସହଯୋଗରେ ଏହାକୁ ନିର୍ମାଣ କରାଯାଇଛି। ‘ବ୍ରହ୍ମୋସ’କୁ ବିଧ୍ୱଂସକାରୀ କ୍ଷେପଣାସ୍ତ୍ର ଭାବେ ବ୍ୟବହାର କରାଯାଇ ପାରିବ। ଏହା ଶତ୍ରୁପକ୍ଷର ଯେକୌଣସି କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେବା କ୍ଷମତା ରଖିଛି। ୮.୪ ମିଟର ଲମ୍ବ ଓ ୦.୬ ମିଟର ଓସାର ବିଶିଷ୍ଟ ଏହି କ୍ଷେପଣାସ୍ତ୍ର ୨.୫ ଟନ୍‌ ପର୍ଯ୍ୟନ୍ତ ଉଭୟ ଅଣୁ ଓ ପରମାଣବିକ ଯୁଦ୍ଧାସ୍ତ୍ର ବହନ କରିପାରିବ। ଏହା ପବନର ବେଗଠାରୁ ୨.୮ ରୁ ୩ ମାର୍ଚ୍ଚ ସ୍ପିଡରେ ଗତିକରି ଲକ୍ଷ୍ୟଭେଦ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri