ବ୍ରହ୍ମ ତାଳଧ୍ୱଜ ରଥ କାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ, ୨୬।୪-ଆସନ୍ତା ଜୁନ ୨୩ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତହିଁ ପରଦିନ ଅର୍ଥାତ୍‌ ୨୪ ତାରିଖରେ ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ାର ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ’ମା ମନ୍ଦିର ଅଭିମୁଖେ ଗଡିବ। ଏଥିପାଇଁ ଅକ୍ଷୟ ତୃତୀୟା ଅବସରରେ ରଥ କାଠ ବିଧି ମୁତାବକ ରବିବାର ଅନୁକୂଳ ହୋଇଯାଇଛି। ରଥକାଠ ଅନୁକୂଳ ପାଇଁ ଅପରାହ୍ନରେ ଶ୍ରୀବଳଦେବ ଜୀଉ ଦେବୋତ୍ତର ସଂସ୍ଥା ପକ୍ଷରୁ ଚିହ୍ନଟ କରାଯାଇଥିବା ଆମ୍ବ ଗଛକୁ ପୂଜାର୍ଚ୍ଚାନା କରାଯାଇଥିଲା। ଏଥିସହ ସେବାୟତଙ୍କ ମାଧ୍ୟମରେ ଏକ ଖଣ୍ଡ ଡାଳ ଛେଦନ କରାଯାଇ ମନ୍ଦିର ପରିସରକୁ ନିତଆଯାଇଥିଲା। ସେଠାରେ ବିଧି ମୁତାବକ ମହାରଣାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରଦାନ କରାଯାଇ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ କରାଯାଇଛି। ଏ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ପ୍ରକାଶ କରିଛନ୍ତି ଯେ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କରୋନା ମହାମାରୀ ନିର୍ଦ୍ଦେଶ ଅନୁଯାୟୀ ରଥ ନିର୍ମାଣ ଅନୁକୂଳ କାର୍ଯ୍ୟ ରଥ ଖଳାରେ ନ ହୋଇ ମନ୍ଦିର ପରିସରରେ ହୋଇଛି। ମେ ୩ ପରେ ରଥ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇ ନିର୍ମାଣ କର୍ଯ୍ୟ କରାଯିବ ବୋଲି ପତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri