ବ୍ରାଉନସୁଗାର, କଫ୍‌ ସିରପ ବିକିବା ପଡ଼ିଲା ମହଙ୍ଗା

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ରେଙ୍ଗାଲି ପୋଲିସ ଏବଂ ଅବକାରୀ ବିଭାଗ ପୃଥକ୍‌ ସ୍ଥାନରେ ଚଢ଼ାଉ କରି ବ୍ରାଉନସୁଗାର, କଫ୍‌ ସିରପ ଜବତ କରିବା ସହ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।

ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଓ ଅବକାରୀ ଟିମ୍‌ ରେଙ୍ଗାଲି ରେଳ ଷ୍ଟେଶନରୁ ୬୦ ଗ୍ରାମ ବ୍ରାଉନସୁଗାର ଜବତ କରିଥିଲେ। ଏଥିରେ ସମ୍ପୃକ୍ତ ଧନୁପାଲି ଥାନା ସୁନାପାଲିର କିରଣ ଓରାମ ଓ ଅଜିତ ଲାକ୍ରାଙ୍କୁ ଗିରଫ କରାଯାଇଛି। ସେହିପରି ରେଙ୍ଗାଲି ପୁରୁଣାବସ୍ତି ଅଞ୍ଚଳରୁ ୧୮ ଷ୍ଟ୍ରିପ ନିଶା ବଟିକା ଜବତ କରି ପୁରୁଣାବସ୍ତିର ସ୍ନେହବର୍ଦ୍ଧନ ମହାନନ୍ଦଙ୍କୁ ଗିରଫ କରାଯାଇଛି। ତାଙ୍କଠାରୁ ନଗଦ ୧୮୦୦ ଟଙ୍କା ଜବତ କରାଯାଇଛି।

ଅନ୍ୟ ଏକ ଘଟଣାରେ ପୋଲିସ ଓ ଅବକାରୀ କର୍ମଚାରୀ ରେଙ୍ଗାଲି ମାଉଲିନଗରରେ ଚଢ଼ାଉ କରି ୩୩୯ ବୋତଲ କଫ୍‌ ସିରପ ଜବତ କରିଛନ୍ତି। ଏହାସହ ବିଶାଲ ମହାପାତ୍ର ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଏ ନେଇ ରେଙ୍ଗାଲି ଥାନାରେ ପୃଥକ୍‌ ମାମଲା ରୁଜୁ କରି ପୋଲିସ ବୁଧବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପହଞ୍ଚିଗଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ପରେ…

ଜି.ଉଦୟଗିରି,୧୮ା୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପୂର୍ତ୍ତ ବିଭାଗ ବଙ୍ଗଳାରେ ଅଚାନକ ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ...

ଦୀଘା ମୁହାଣରେ ବୁଡ଼ିଲା ମାଛଧରା ଟ୍ରଲର: ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭୋଗରାଇ, ୧୮।୧ ( ପ୍ରଦୀପ ଦାସ ): ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ମୁହାଣ ନିକଟରେ ଏକ ମାଛଧରା ଟ୍ରଲର ବଡିଯାଇଛି। ମାଛ ମାରି କୂଳକୁ...

ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ପୀଡିତାଙ୍କୁ ଭେଟିଲେ କଂସ ଅଭିନେତା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ):ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ...

ମାଲକାନଗିରିରୁ ରୋଗୀ ନେଇଯାଉଥିବା ବସ୍‌ ବିଶାଖାପାଟଣାରେ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୨ ଜୀବନ

ମାଲକାନଗିରି,୧୮।୧(ଦୁର୍ଯ୍ୟୋଧନ ପାତ୍ର): ବିଶାଖାପାଟନମସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲ ତରଫରୁ ନେଇ ଯାଉଥିବା ବସ୍‌ର ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ବିଶାଖାପାଟନମ...

ବାଳସୁଧାର ଗୃହକୁ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ବାଇକ ସହ ଗଞ୍ଜେଇ ଜବତ ଘଟଣାରେ ଗଞ୍ଜାମ ଜିଲା ପାଟପୁର ଥାନା ଏସ୍‌ଆଇ ହିମାଂଶୁ ପାତ୍ର ଶୁକ୍ରବାର ଅଭିଯୁକ୍ତଙ୍କୁ ଥାନା ମାମଲା...

ବିଲରୁ ମିଳିଲା ହାତୀର ମୃତଦେହ: ତଦନ୍ତ ଆରମ୍ଭ

ଖୋର୍ଦ୍ଧା,୧୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ...

ମାମୁ-ଭାଣିଜୀଙ୍କୁ ଧକ୍କାଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ…

ଆନନ୍ଦପୁର,୧୮।୧(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜଲା ଆନନ୍ଦପୁର ଥାନା ବିରିଡିହା ଛକ ନିକଟରେ ପିକପଭ୍ୟାନ ଧକ୍କାରେ ମାମୁ ଭାଣିଜୀ ଗୁରୁତର ହୋଇଛନ୍ତି। ଶନିବାର ସକାଳୁ ବିରିଡିହା ରଣାସାହି...

ବଢୁଛି ଶୀତ: ତୁଷାରପାତର ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି,୧୮।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଅସହ୍ୟ ଶୀତ ହେଉଛି। ଗତ ୩ ଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ଶନିବାର ସର୍ବନିମ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri