ବ୍ରାଉନସୁଗାର କାରବାର: ଖୁବ୍‌ଶୀଘ୍ର ଚାକିରିରୁ ବିଦା ହେବେ କନଷ୍ଟେବଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୋଲିସ ବିଭାଗରେ ଥାଇ କରୁଥିଲେ ବ୍ରାଉନସୁଗାର ବେପାର। କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ଦ୍ୱାରା ଏହା ଧରାପଡ଼ିବା ପରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳ ଜେ. ଭାରିମଲ। ଏହାପରେ ତାଙ୍କ ଆପରାଧିକ ପେଡି ଖୋଲିଛି। ହତ୍ୟା ଉଦ୍ୟମ, ନିଶା ବେପାର, ଅପହରଣ ଆଦି ମାମଲାରେ ସେ ଜଡିତ ଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ସେ ଖୋର୍ଦ୍ଧାରେ ଥିବା ସମୟରେ ନିଶା ମାଫିଆ ଛୋଟାଙ୍କ ସହ ପରିଚୟ ହୋଇଥିଲା। ଏହାପରେ ସେମାନଙ୍କ ମଧ୍ୟରେ ଭଲ ସମ୍ପର୍କ ସ୍ଥାପନ ହୋଇଥିଲା। ସେ ଛୋଟାଙ୍କଠାରୁ ଖୋର୍ଦ୍ଧାରୁ ବ୍ରାଉନସୁଗାର ଆଣି ବେପାର କରୁଥିଲେ। ଧରା ନ ପଡ଼ିବା ପାଇଁ ସେ ଖୋର୍ଦ୍ଧାକୁ ପୋଲିସ ପୋଷାକରେ ଯାଉଥିଲେ ବୋଲି ଜଣାପଡ଼ିଛି। ଏପରି କି ଖୋର୍ଦ୍ଧାର ବେଆଇନ ପଥର ଚାଲାଣ ପଛରେ ମଧ୍ୟ ଭାରିମଲଙ୍କ ହାତ ରହିଥିବା ପୋଲିସ ଜାଣିବାକୁ ପାଇଛି। ଦରମା ଅଳ୍ପ ହୋଇଥିଲେ ମଧ୍ୟ ସେ ଦାମୀ ଗାଡ଼ି ଚଢ଼ିବା ସହ ବିଳାସବ୍ୟସନରେ ଦିନ କାଟୁଥିଲେ। ପୋଲିସ ବିଭାଗରେ ରହି ଯେଉଁମାନେ ଆପରାଧିକ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ପୋଲିସ କମିଶନର(ସିପି) ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ଗିରଫ କନ୍‌ଷ୍ଟେବଳଙ୍କ ଲିଙ୍କ୍‌ରେ ଅନ୍ୟ ପୋଲିସ କର୍ମଚାରୀଙ୍କ ସମ୍ପର୍କ ଜଣାପଡ଼ିଲେ ସେମାନଙ୍କୁ ମଧ୍ୟ ଛଡାଯିବ ନାହିଁ ବୋଲି ଷଡ଼ଙ୍ଗୀ କହିଛନ୍ତି। ଏହାସହ ଖୁବ୍‌ଶୀଘ୍ର କନ୍‌ଷ୍ଟେବଳ ଭାରିମଲ ଚାକିରିରୁ ବିଦାହେବେ ବୋଲି ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri