ବ୍ରାଉନ ସୁଗାର ବ୍ୟବସାୟୀ କୋର୍ଟ ଚାଲାଣ

ଯାଜପୁର ରୋଡ,୨|୮(ନି.ପ୍ର୍ର)- ଯାଜପୁରପୁର ରୋଡ୍‌ ଗୋପବନ୍ଧୁ ନଗରର ନହକା ଛକଠାରେ ଗିରଫ ହୋଇଥିବା ୩ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଏ ନେଇ ଗୁରୁବାର ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଯାଜପୁର ରୋଡ ଏସଡିପିଓ କେଦାରନାଥ ସାହୁ ସୂଚନା ଦେଇଛନ୍ତି। ଯାଜପୁରରୋଡ୍‌ ଅଞ୍ଚଳରେ ଏହି ବ୍ୟବସାୟୀମାନେ ନିଜର କାରବାର ବିସ୍ତାର କରିବାରେ ଲାଗିଥିବା ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା । ଏ ନେଇ ଯାଜପୁର ଏସ୍‌ପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍କାର୍ଡ଼ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି। ଏହି କ୍ରମରେ ବୁଧବାର ନହକା ଛକଠାରେ ବ୍ରାଉନ୍‌ ସୁଗାର ବ୍ୟବସାୟ ହେଉଥିବା ଖବର ପାଇ ଥାନା ଅଧିକାରୀ ଅନିଲ କୁମାର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ସବ୍‌ ଇନ୍‌ସ୍ପେକ୍ଟର ସୁଶୀଲ୍‌ କୁମାର ନାୟକ ଏକ ଟିମ୍‌ ସହ ଚଢାଉ କରିଥିଲେ। ଏହି ସମୟରେ ୩ ଜଣଙ୍କୁ ଗିରଫ କରାଯାଇଥିଲା। ଏଥିସହ ୯୭ ପ୍ୟାକେଟ ପୁଡିଆ ମୋଟ ୯ ଗ୍ରାମ ବ୍ରାଉନସୁଗାର, ୨ ମୋବାଇଲ, ବାଇକ,୍‌ ନଗଦ ୨୦ ହଜାର ୭୪୦ ଟଙ୍କା ଜବତ କରାଯାଇଛି। ଜବତ ବ୍ରାଉନ୍‌ ସୁଗାରର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କାରୁ ଉର୍ଦ୍ଧ୍ୱହେବ। ଗିରଫ ଅଭିଯୁକ୍ତମାନେ ହେଲେ ଯାଜପୁର ରୋଡ ପଦ୍ମପୁର ଅଞ୍ଚଳର ଦିଲୀପ ମହାନ୍ତି(ମଣ୍ଟୁ), ଦଳାରେ ଭଡା ରହୁଥିବା ସଞ୍ଜିତ୍‌ ସିଂ, ରୋଡ ରାଇସମିଲ ଅଞ୍ଚଳର ବରିସା ମୁର୍ମୁ(ବାବୁଲି)। ଏ ନେଇ ଏକ ମାମଲା (ନଂ ୨୧୯/୧୯) ରୁଜୁ କରି ୨୧(ବି)ଏନ୍‌ଡିପିଏସ ଧାରାରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ଜାମିନ ନ ମିଳିବାରୁ ସମସ୍ତଙ୍କୁ ରଗଡି ସ୍ଥିତ ଯାଜପୁର ରୋଡ ଉପକାରାଗାରକୁ ପଠାଯାଇଛି । ତେବେ ବାଲେଶ୍ୱରରେ ଜଣେ ମହିଳାଙ୍କୁ ଏହି କାରବାରରେ ଗିରଫ କରିବା ପରେ ଯାଜପୁର ଜିଲାରେ ବ୍ରାଉନ୍‌ ସୁଗାର ବ୍ୟବସାୟ କମିବାରେ ଲାଗିଛି। ଏହି ବ୍ରାଉନସୁଗାର କେଉଁଠୁ ଆସୁଛି ସେ ନେଇ ଅଭିଯୁକ୍ତ ମାନଙ୍କୁ ରିମାଣ୍ଡରେ ଅଣାଯାଇ ଅଧିକ ତଦନ୍ତ କରାଯିବ ବୋଲି ଏସଡିପିଓ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଥାନା ଅଧିକାରୀ ଅନିଲ କୁମାର ମହାନ୍ତି, ସବ-ଇନିସ୍ପେକ୍ଟର ପବିତ୍ର ମହାରଣା, ସୁଶୀଲ କୁମାର ମହାରଣା ଓ ରାଜେସ କୁମାର ସେଠୀ ପ୍ରମୁଖ ଉପସ୍ଥିତି ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri