ବ୍ରାହ୍ମଣୀ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରତ୍ନଗିରି,୧୮ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ  ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଅନ୍ୟାସିପୁର ଖରଦାସାହି ନିକଟସ୍ଥ ବ୍ରାହ୍ମଣୀ ନଦୀରୁ ମଙ୍ଗଳବାର ଏକ ଯୁବକଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଯୁବକ ଜଣଙ୍କ ବାଲିବିଲି ପଞ୍ଚାୟତ ଅଧୀନ କୋରଡାପିପଲ ଗ୍ରାମର ବିଦ୍ୟାଧର ପାତ୍ର(୩୫)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୭/୨୦୧୯) ରୁଜୁକରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ପ୍ରକାଶ ଯେ, ସକାଳେ ମୃତଦେହ ନଦୀରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ବରୀ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବରୀ ଥାନା ଅଧିକାରୀ ମାର୍କଣ୍ଡ ଚନ୍ଦ୍ର ମିଶ୍ର ଓ ସବ୍‌ ଇନ୍‌ସ୍ପେକ୍ଟର ନାରାୟଣ ଚନ୍ଦ୍ର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ବିଜୁ ଯୁବ ବାହିନୀର କର୍ମକର୍ତ୍ତା ଚୈତନ୍ୟ ମଲ୍ଲିକ, ହେମନ୍ତ ମଲ୍ଲିକ, ସାମାଜିକ କର୍ମୀ ପ୍ରଦୀପ ଜେନା ଓ ସ୍ଥାନୀୟ ଲୋକମାନଙ୍କ ସହଯୋଗରେ ନଦୀରୁ ମୃତଦେହ ଉଦ୍ଧାର କରାଯାଇଥିଲା। ପରେ ପରିବାର ଲୋକେ ମୃତଦେହ ଚିହ୍ନଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri