ବ୍ରିଜ୍‌ ତଳକୁ ଖସିପଡିଲା ଇନୋଭା, ଜଣଙ୍କ ଜୀବନ ଗଲା

ରାୟଗଡା ଅଫିସ, ୫।୧୨: ରାୟଗଡା ଜିଲା ରାଫକଣା ବ୍ରିଜ ଉପରେ ଇନୋଭା କାର ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ଜଣେ ଯୁବତୀଙ୍କ ମୃତ୍ୟୁ ହେବାସହ ୨ଜଣ ଆହତ ହୋଇଛନ୍ତି l ମୃତକ ଜଣଙ୍କ ହେଲେ ଭି. ସୂର୍ଯ୍ୟା(୧୯)। ଯୁବତୀ ଜଣକ କୋରାପୁଟ ଜିଲା ଅନ୍ତର୍ଗତ ବୋରିଗୁମ୍ମାର ସନ୍ତୋଷ ନଗରରେ ବୋଲି ଜଣାପଡିଛି l ନିଜ ଅଜାଙ୍କ ସହ ବୋରିଗୁମ୍ମାରୁ ସୂର୍ଯ୍ୟା ମାମୁ ଘର ରାୟଗଡାକୁ ଆସୁଥିବାବେଳେ କୁମ୍ଭିକଟା ଗ୍ରାମ ନିକଟସ୍ଥ ପୁଞ୍ଜିପାଇ ଠାରେ ଥିବା ବ୍ରିଜ୍‌ ଉପରୁ ଗାଡିଟି ୩୦ ଫୁଟ ତଳକୁ ଖସିପଡିଥିଲା। ଡ୍ରାଇଭର ଏବଂ ଯୁବତୀଙ୍କ ଅଜା ଆହତ ହୋଇ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାୟଗଡା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ଯୁବତୀଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri