ରଣପୁର,୧୯ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ସୁନାଖଳା-ରଣପୁର ରାସ୍ତାର ଚମ୍ପତିପୁରଠାରେ ମଲାଗୁଣୀ ନଦୀ ଉପରେ ନିର୍ମିତ ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ପୋଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହେବାର ୪ ବର୍ଷ ବିତିଯାଇଥିଲେ ମଧ୍ୟ କାମ ଆରମ୍ଭ ହେଉ ନାହିଁ। ଏଥିଯୋଗୁ ଉକ୍ତ ଅଞ୍ଚଳରେ ଦୁର୍ଘଟଣା ଘଟି ଗତ ୫ବର୍ଷ ମଧ୍ୟରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୩୬ ଜଣ ଆହତ ହୋଇଛନ୍ତି। ପୋଲ କାମ ଶୀଘ୍ର ଆରମ୍ଭ ନ ହେଲେ ସ୍ଥାନୀୟ ଜନସାଧାରଣ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ଏହି ପୋଲ ନିର୍ମାଣ ପାଇଁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ପରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ଉଦ୍ୟମରେ ୨୦୧୪ ମସିହାରେ ୨କୋଟି ୮ ୧ ଲକ୍ଷ ୭୫ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଟେଣ୍ଡର କରାଯାଇଥିଲା। ତା୨୩ା୭ା୨୦୧୫ରେ ପୋଲ ନିର୍ମାଣ ପାଇଁ ରଣପୁର ବିଧାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜମି ଅଧିଗ୍ରହଣରେ ସମସ୍ୟା କାରଣରୁ କାମ କିଛି ଦିନ ଧରି ଅଟକି ରହିଥିଲା। ଏହି ସମସ୍ୟା ଦୂର ହୋଇଥିଲେ ମଧ୍ୟ ଠିକାଦାର କାମ ନ କରି ଚୁପ୍ ହୋଇ ବସି ରହିଛନ୍ତି। ପୋଲ ନିର୍ମାଣରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଠିକାଦାରଙ୍କୁ ସ୍ଥାନୀୟ ଲୋକେ ପ୍ରଶ୍ନ କରିବାରୁ ସେ ଛଡ, ସିମେଣ୍ଟ, ଗୋଡି ଓ ବାଲି ପରି ଆନୁସଙ୍ଗିକ ସାମଗ୍ରୀ ଦର ବୃଦ୍ଧି ଯୋଗୁ ୪ ବର୍ଷ ପରେ କାମ କରିବା ସମ୍ଭବ ହେଉ ନାହିଁ । ଅଧିକ ଅର୍ଥ ବ୍ୟୟବରାଦ ହେଲେ ସେ କାମ କରିବେ ବୋଲି କହିଥିଲେ। ଏ ସମ୍ପର୍କରେ ରଣପୁର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଠିକାଦାର ଟେଣ୍ଡର ନେଇ କାର୍ଯ୍ୟ କରୁ ନାହାନ୍ତି। ଅଧିକ ବ୍ୟୟବରାଦ ଦାବି କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ପୋଲ ନିର୍ମାଣ କାର୍ଯ୍ୟ ପଡି ରହିଛି।
ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…
ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…
କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ
ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…
ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍ ହ୍ୟାଣ୍ଡ୍ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍ କରାଇବା ପାଇଁ କହି…
ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…
ଓଡ଼ଗାଁ ହତ୍ୟା: ସିନ୍ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…
ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…
ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…
ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…
ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍, ଅଜଗର ପାଖରେ…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…
ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…
ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ
ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…
Archives

