Posted inଖେଳ

ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ

ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍‌ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ବିଶ୍ୱର ୨ ନମ୍ବର ଖେଳାଳି ପ୍ଲିସ୍କୋଭା ୬-୪, ୪-୬, ୭-୫ ସେଟ୍‌ରେ ଆମେରିକାର ମାଡିନସନ କେଜଙ୍କୁ ମାତ୍ର ୨ ଘଣ୍ଟା ୭ ମିନିଟ୍‌ ମଧ୍ୟରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ଏହି ବିଜୟ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟେନିସ ପାଇଁ ପ୍ରସ୍ତୁତିରେ ସହାୟକ ହେବ ବୋଲି ପ୍ଲିସ୍କୋଭା କହିଛନ୍ତି। ଏଥିସହିତ ପ୍ଲିସ୍କୋଭା କ୍ୟାରିୟରର ତୃତୀୟ ବ୍ରିସ୍‌ବେନ ଓ ୧୬ତମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ତେବେ ପ୍ଲିସ୍କୋଭା ଏପର୍ଯ୍ୟନ୍ତ କୌଣସି ଗ୍ରାଣ୍ଡସ୍ଲାମ ସିଙ୍ଗଲ୍ସ ଟାଇଟଲ ହାସଲ କରିପାରି ନାହାନ୍ତି। ଏହାପୂର୍ବରୁ ଶନିବାର ରାତିରେ ଖେଳାଯାଇଥିବା ସେମିଫାଇନାଲରେ ପ୍ଲିସ୍କୋଭା ଆମେରିକାର ନାଓମି ଓସାକାଙ୍କୁ ୬-୭,୭-୬, ୬-୨ ସେଟରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ। ବିଜୟୀ ହେବା ପାଇଁ ପ୍ଲିସ୍କୋଭାଙ୍କୁ ମାରାଥନ ୩ ଘଣ୍ଟା ଆବଶ୍ୟକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri