ବ୍ରେକ୍‌ଅପ୍‌ ପରେ ମଧ୍ୟ ସିର୍ଦ୍ଧାର୍ଥଙ୍କୁ ଭୁଲି ପାରିନାହାନ୍ତି ତାରା

ମୁମ୍ବାଇ: ଖୁବ୍‌ଶୀଘ୍ର ରିଲିଜ ହେବାକୁ ଯାଉଛି ସିର୍ଦ୍ଧାର୍ଥ ମଲହୋତ୍ରା ଏବଂ ତାରା ସୁତାରିଆ ଅଭିନୀତ ଫିଲ୍ମ ‘ମରଜାଓ୍ବା’। ଏବେ ଉଭୟ ଏହାର ପ୍ରମୋଶନରେ ବ୍ୟସ୍ତ। ନିକଟ ଅତିତରେ ସିଦ୍ଧାର୍ଥ ତାରାଙ୍କୁ ଡେଟ୍‌ କରୁଥିବା ବେଳେ ଏବେ କୁଆଡେ ଅଲଗା ହୋଇସାରିଛନ୍ତି। ହେଲେ ଭଲପାଇବାକୁ ଭୁଲିପାରିନାହାନ୍ତି ତାରା। ନିକଟରେ ଏକ ସାକ୍ଷାତକାର ସମୟରେ ଏହା ସ୍ପଷ୍ଟ ହୋଇଛି।

ଏକ ଗଣମାଧ୍ୟମ ସଂସ୍ଥାକୁ ସାକ୍ଷାତକାର ଦେଉଥିଲେ ସିଦ୍ଧାର୍ଥ-ତାରା। ଏହି ସମୟରେ ସେଠାରେ ରାପିଡ୍‌ ଫାୟାର ରାଉଣ୍ଡ ଖେଳାଯାଇଥିଲା। ଏଥିରେ ଉଭୟଙ୍କୁ ଉଭୟଙ୍କ ଜୀବନ ସହ ଜଡିତ କିଛି ପ୍ରଶ୍ନ ପଚରାଯାଇଥିଲା। ଗୋଟିଏ ପଟେ ତାରାଙ୍କୁ ସିଦ୍ଧାର୍ଥଙ୍କ ଜନ୍ମଦିନ ଏବଂ ଇତ୍‌ଫାକ୍‌ ଫିଲ୍ମରେ କେଉଁ ଭୂମିକାରେ ସେ ଅଭିନୟ କରିଥିଲେ ପଚରାଯାଇଥିବା ବେଳେ ସିଦ୍ଧାର୍ଥଙ୍କୁ ତାରା କେଉଁ ବୟସରେ ଗୀତ ଗାଇବା ଆରମ୍ଭ କଲେ, କେଉଁ କଲେଜରୁ ସେ ପଢ଼ା ଶେଷ କରିଛନ୍ତି ଆଦି ପଚରାଯାଇଥିଲା। ତେବେ ତାରା ସମସ୍ତ ପ୍ରଶ୍ନର ଉତ୍ତର ଠିକ୍‌ ଦେଇଥିବା ବେଳେ ସିଦ୍ଧାର୍ଥ ଗୋଟିଏ ଭୂଲ କରିଦେଇଥିଲେ। ଫଳରେ ଏଥିରେ ତାରା ବିଜେତା ହୋଇଥିଲେ। ଏହାକୁ ନେଇ ତାରା ସିଦ୍ଧାର୍ଥଙ୍କୁ ବ୍ରେକ୍‌ଅପ୍‌ ପରେ ମଧ୍ୟ ମନରୁ ପାସୋରି ପାରି ନାହାନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?