ବ୍ଲକରେ ଖୋଲିବ ଡିଏଲ୍‌ କ୍ୟାମ୍ପ: ମନ୍ତ୍ରୀ

ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି ବ୍ଲକରେ ଡ୍ରାଇଭିଂ ଲାଇସେନ୍ସ କ୍ୟାମ୍ପ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବ୍ଲକ ଏବଂ ସବ୍‌ଡିଭିଜନ୍‌ସ୍ତରରେ ଡିଏଲ୍‌ କ୍ୟାମ୍ପ ଖୋଲାଯିବ। ସେଠାରେ ଚାଳକମାନଙ୍କୁ ଲର୍ଣ୍ଣିଂ ଲାଇସେନ୍ସ ପ୍ରଦାନ କରାଯିବ। ଏହାଛଡ଼ା ବ୍ଲକସ୍ତରରେ ପ୍ରଦୂଷଣ ପ୍ରମାଣପତ୍ର ପାଇଁ ମଧ୍ୟ କ୍ୟାମ୍ପ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ନୂଆ ଟ୍ରାଫିକ୍‌ କଟକଣା ଲାଗୁ ହେବା ପରେ ଗାଡ଼ି କାଗଜପତ୍ର ନ ଥିବା ଚାଳକ ଓ ମାଲିକଙ୍କ ମନରେ ଛନକା ପଶି ଯାଇଥିଲା। ବର୍ଦ୍ଧିତ ଜରିମାନା ରାଶିକୁ ନେଇ ଜନଅସନ୍ତୋଷ ଦେଖା ଦେବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ଯାଏ ଏହାକୁ କୋହଳ କରିଥିଲେ। ଏହି ସମୟରେ କାଗଜପତ୍ର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ। ତେବେ କେନ୍ଦ୍ର ସରକାରଙ୍କ ଚାପରେ ରାଜ୍ୟ ପରିବହନ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ଅଣଦେଖା କରି ଆସନ୍ତା ଅକ୍ଟୋବର ପହିଲାରୁ ପଲ୍ୟୁସନ୍‌ ସାର୍ଟିଫିକେଟକୁ ବାଧ୍ୟତାମୂଳକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri