ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ବାଙ୍ଗିରିପୋଷି,୩ା୧୨(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ବ୍ଲକ ଅଧୀନ ଚନ୍ଦନପୁର ଗ୍ରାମର ଚନ୍ଦନପୁର ଯୁବକ ସଂଘ ଆନୁକୂଲ୍ୟରେ ନେହେରୁ ଯୁବକେନ୍ଦ୍ର ମୟୂରଭଞ୍ଜ,ବାରିପଦା ତରଫରୁ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨ ଦିନ ଧରି ଅନୁଷ୍ଠିତ ହୋଇଥିଲା। ଯୁବକ ସଂଘର ସମ୍ପାଦକ ଚନ୍ଦ୍ରଶେଖର ଦାସ, ଘନଖ୍ୟାମ ବେହେରା, ବିନୁ ବେହେରା ଓ ଅନ୍ୟ ସଭ୍ୟ ତଥା ଜାହାଙ୍ଗିର ସ୍ପୋର୍ଟିଙ୍ଗ କ୍ଲବର ସଭ୍ୟମାନଙ୍କ ସହଯୋଗରେ ଖେଳ ଉଦ୍‌ଯାପିତ ହୋଇଥିଲା ା କ୍ରୀଡ଼ା ପ୍ରତିଯୋଗିତାରେ ଗୌରୀଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲୋକନାଥ ମହାନ୍ତ ମୁଖ୍ୟଅତିଥି ଭାବରେ ଯୋଗଦେଇ ଥିବାବେଳେ ସମ୍ମାନୀତ ଅତିଥି ଭାବରେ ଚନ୍ଦନପୁର ପଞ୍ଚାୟତର ସରପଞ୍ଚ ଭାରତୀ ନାଏକ ଯୋଗ ଦେଇଥିଲେ। ସେହିପରି ପୂର୍ବତନ ସରପଞ୍ଚ ବନମାଳୀ ମାର୍ଣ୍ଡୀ ଖେଳକୁ ଉଦ୍‌ଘାଟନ କରିଥିବା ବେଳେ ବାଙ୍ଗିରିପୋଷି ବ୍ଲକର ଏନୱାଇଭି ସୁରୋଜ କୁମାର ବେହେରା ଓ ରିମା ବେହେରାଙ୍କ ସହଯୋଗରେ ଖେଳ ସମାପନ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?