ବ୍ଲକସ୍ତରୀୟ ଗୁରୁଦିବସ :‘ରାଷ୍ଟ୍ର ଗଠନରେ ଗୁରୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବିଞ୍ଝାରପୁର,୬ା୯(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅରେଇସ୍ଥିତ ବରୁଣେଶ୍ୱର କଲ୍ୟାଣ ମଣ୍ଡପଠାରେ ଗୁରୁବାର ବ୍ଲକ ସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ବିଞ୍ଝାରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶାସକ ଦଳ ମୁଖ୍ୟ ସଚେତକ ତଥା ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ଯୋଗଦେଇ ଆଗାମୀ ପିଢିଙ୍କ ପାଇଁ ଏକ ସୁସ୍ଥ ରାଷ୍ଟ୍ର ଗଠନ କରିବାରେ ଗୁରୁଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଏଥିସହ ପାରମ୍ପରିକ ଭାବରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ନିମନ୍ତ୍ରିତ ୨ଶହରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପୂଜାର୍ଚ୍ଚନା କରି ଗୁରୁକୃପା ଭିକ୍ଷା କରିଥିଲେ। ଅନ୍ୟତମ ଅତିଥି ଭାବେ ଏବିଇଓ ଅର୍ଣ୍ଣଦା ପ୍ରସାଦ ରଣା, ପ୍ରାଥମିକ ଶିକ୍ଷକ ସଂଘର ସଭାପତି ରବି ନାରାୟଣ ମିଶ୍ର, ପୂର୍ବତନ ଏବିଇଓ ପ୍ରମୋଦ ସାମଲ, ପୂର୍ବତନ ଏସ୍‌ଆଇ ଶରତ ଚନ୍ଦ୍ର ପରିଡା, ବାସୁଦେବ ମିଶ୍ର, ରବୀନ୍ଦ୍ର କୁମାର ପରିଡା, ପୂର୍ବତନ ଜିଲା ପରିଷଦ ସଭ୍ୟା ସ୍ବର୍ଣ୍ଣଲତା ସାମଲ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଶିକ୍ଷାର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୨୫ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ ପୂର୍ବକ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଶିକ୍ଷକ ରଞ୍ଜନ ଧଳ, ହେମେନ୍ଦ୍ର ସାମଲ, ପ୍ରଫୁଲ୍ଲ ନାୟକ, କାମଦେବ ଧଳ, ପର୍ଶୁରାମ କବି, ମାନଗୋବିନ୍ଦ ଧଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଙ୍ଗୀତ ନିର୍ଦ୍ଦେଶକ ଦୀନେଶ ମଲ୍ଲିକ ଓ ଅରୁପମା ନାୟକ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ରବୀନ୍ଦ୍ର କୁମାର ପରିଡା ସ୍ବାଗତ ଭାଷଣ ଦେଇଥିଲେ। ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡିକରେ ଗୁରୁଦିବସ ପାଳନ ହୋଇଯାଇଛି। ବରୁଣେଶ୍ୱର ମହାବିଦ୍ୟାଳୟ, ଯୁଣଭଦ୍ରା ମହାବିଦ୍ୟାଳ, ଖରସ୍ରୋତା ମହାବିଦ୍ୟାଳୟ, ବ୍ରଜସୁନ୍ଦର କଲେଜ, ଭଗବତୀ ସ୍କୁଲ ଅଫ ନସିଂ, ମଁାସଡାସ୍ଥିତ ପ୍ରମିଳା ଦେବୀ ସ୍ବତନ୍ତ୍ର ବିଦ୍ୟାଳୟ, ବରୁଣେଇଁ ନୋଡାଲ ଉପ୍ରା ବିଦ୍ୟାଳୟ, ରଥସାମଲ ନୋଡାଲ ବିଦ୍ୟାଳୟ ,କଲ୍ୟାଣପୁରସ୍ଥିତ ଶ୍ରୀବନ୍ତ ଉଚ୍ଚ ବିଦ୍ୟାଳୟ, ବରୁଣେଶ୍ୱର ଆଦର୍ଶ ଉପ୍ରା ବିଦ୍ୟାଳୟରେ ଗୁରୁଦିବସ ପାଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିହ୍ନ ବଦଳିଲା, ହେଲେ ଗାଡ଼ି ନମ୍ବର ବଦଳିଲା ନାହିଁ

ଧର୍ମଶାଳା,୫ା୬(ଶିବ ପ୍ରସାଦ ମହାନ୍ତି): ରାଜନୀତିରେ ରାଜନେତାମାନେ ନିଜର ଦବଦବା ଦେଖାଇ ଥାଆନ୍ତି। ରାଜ ଉଆସ ପରି ଘର ସାଙ୍ଗକୁ ନାମୀଦାମୀ ଅନେକ ଗାଡ଼ି ମଧ୍ୟ ବ୍ୟବହାର କରିଥାନ୍ତି…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri