ବ୍ଲକସ୍ତରୀୟ ଜନଶୁଣାଣି ଶିବିର: ୩୮ ପରିବାର କଲେ ଶହେ ଦିନର କାମ

ବିଜେପୁର, ୩।୧ (ଡି.ଏନ.ଏ): ବରଗଡ ଜିଲା ବିଜେପୁର ବ୍ଲକ ସଭା କକ୍ଷରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଅତିରିକ୍ତ ପ୍ରକଳ୍ପ ଅଧିକାରୀ ଦୌଲତ ଚନ୍ଦ୍ରକାର ମୁଖ୍ୟଅତିଥି ଭାବେ ଯୋଗଦେଇ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ। ବିଡିଓ ପଦ୍ମନାଭ ସାମନ୍ତରାୟ ଅଧ୍ୟକ୍ଷତା କରି ଶିବିରର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ପଞ୍ଚାୟତସ୍ତରୀୟ ଜନଶୁଣାଣି ସମୟରେ କେତେକ ପଞ୍ଚାୟତରେ କେସ ରେକର୍ଡ ଓ ଫାଇଲ ପତ୍ର ପ୍ରଦର୍ଶନ କରାଯାଇ ନ ଥିବା ଅଭିଯୋଗ ହୋଇଥିଲା। ତେଣୁ ଆଗାମୀ ଦିନରେ ଏହାର ପୁନରାବୃତ୍ତି ନ ହେବାକୁ ଏପିଡି ଚନ୍ଦ୍ରକାର ପିଇଓ ଏବଂ ଜିଆରଏସ ମାନଙ୍କୁ ତାଗିଦ କରିଥିଲେ। ଅପରପକ୍ଷେ ଏଭଳି ଅଭିଯୋଗ ଆସିଲେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି ଏପିଡି ଚନ୍ଦ୍ରକାର ଚେତାବନୀ ଦେଇଥିଲେ । ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ବଣ୍ଟନ ଦୁର୍ନୀତିର ମୂଳୋତ୍ପାଟନ ପାଇଁ ପ୍ରତି ମାସ ପ୍ରଥମ ସପ୍ତାହରେ ଅଙ୍ଗନୱାଡି କର୍ମୀଙ୍କ ନିକଟରୁ ମୃତ ବ୍ୟକ୍ତିଙ୍କ ତାଲିକା ସଂଗ୍ରହ କରିବାକୁ ପିଇଓମାନଙ୍କୁ ପରାମର୍ଶ ଦିଆଯାଇଥିଲା। ବିଜେପୁର ବ୍ଲକରେ ୨୦୧୮-୧୯ ଆର୍ଥିକ ବର୍ଷରେ ୪୦୧୧ଟି ପ୍ରକଳ୍ପ ହାତକୁ ନିଆଯାଇଥିବା ବେଳେ ୧୪୯୫ଟି ପ୍ରକଳ୍ପ ସମ୍ପୂୂର୍ଣ୍ଣ ହୋଇଛି। ଏଥିପାଇଁ ସମୁଦାୟ ୪୦୨.୩୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ୨୧,୦୬୩ଟି ପରିବାର ଏହି ଯୋଜନାରେ ପଞ୍ଜୀକୃତ ହୋଇଥିବା ବେଳେ ସମସ୍ତଙ୍କୁ ଜବକାର୍ଡ ପ୍ରଦାନ କରାଯାଇଥିଲା। ୬୩୧୬ଟି ପରିବାର କାମ ପାଇଁ ଆବେଦନ କରିଥିବା ବେଳେ ସମସ୍ତ ପରିବାରକୁ କାମ ଯୋଗାଇ ଦିଆଯାଇଥିଲା। ମୋଟ ୩୮ଟି ପରିବାର ୧୦୦ ଦିନର କାମ ସମ୍ପୂର୍ଣ୍ଣ କରିଥିବା ସିପି ଅଷାତୁ ବାରିକ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲା ସାମାଜିକ ସମୀକ୍ଷା ଅଧିକାରୀ ଆନନ୍ଦ କୁମାର ପଧାନ ମଞ୍ଚାସୀନ ଥିଲେ। ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ଗ୍ରାମ ରୋଜଗାର ସେବକ, ସ୍ବୟଂ ସହାୟକ ଗୋଷ୍ଠୀର ମହିଳା, ଶ୍ରମିକ ତଥା ଜନ ପ୍ରତିନିଧି ଯୋଗ ଦେଇଥିଲେ ।
–ବ୍ଲକସ୍ତରୀୟ ଜନଶୁଣାଣି ଶିବିରରେ ମଞ୍ଚାସୀନ ଅଧିକାରୀ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri