Posted inରାଜ୍ୟ

ବ୍ଲକସ୍ତରୀୟ ରଜମଉଜ ଉଦ୍‌ଯାପିତ

ଗଣିଆ,୧୭ା୬(ଡି.ଏନ.ଏ.)- ପୂର୍ବବର୍ଷ ଭଳି ରଜ ଉପଲକ୍ଷେ ଗଣିଆ ପାଟଣାସାହିର ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ବ୍ଲକସ୍ତରୀୟ ରଜ ମଉଜ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବର ୨ୟ ଦିବସରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଓ ଜିଲା ପରିଷଦ ସଭ୍ୟ ମହେଶ୍ୱର ମହାରଣା, ଗଣିଆ ସରପଞ୍ଚ ସସ୍ମିତା ଲେଙ୍କା, ଗଣିଆ ବ୍ଲକ ଉପାଧ୍ୟକ୍ଷା ଶାନ୍ତିଲତା ଦାଶ, ଶିକ୍ଷକ ଗିରିଶ କୁମାର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତର କୁନି କୁନି ପଲାମାନଙ୍କ ମଧ୍ୟରେ ଲୁଚରହିଥିବା ପ୍ରତିଭାର ବିକାଶ ତଥା ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଗଣିଆ ସରପଞ୍ଚ ଲେଙ୍କାଙ୍କ ଦ୍ୱାରା ଏହା ଆୟୋଜନ କରାଯାଇଛି ା ବିଶେଷକରି ନୃତ୍ୟ, ସଂଗୀତ ଓ ହାସ୍ୟ ଅଭିନୟ ଉପରେ ପିଲାମାନେ କଳା ପ୍ରଦର୍ଶନ କରିଥିଲେ। ୨ୟ ଦିବସରେ ୧୩ରୁ ୨୦ବର୍ଷର ୪୫ଜଣ କଳାକାର ଏଥିରେ ଭାଗ ନେଇଥିଲେ। ଏଥିରେ ଅଂଶଗ୍ରହଣ କରିଥିବା ସମସ୍ତ ଶିଶୁ କଳାକାରଙ୍କୁ ଟ୍ରଫି ସହିତ ମାନପତ୍ର ପ୍ରଦାନ କରାଯାଇଥିଲା। ସରପଞ୍ଚଙ୍କ ଦ୍ୱାରା ଆୟୋଜିତ ଉତ୍ସବକୁ ସାଧାରଣରେ ବେଶ୍‌ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri