ବ୍ଲକ୍‌ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍‌ଏଚ୍‌ଜି

ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍‌ଏଚ୍‌ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ ଆବଶ୍ୟକତା ମୁତାବକ ମାସ୍କ ବଜାରରେ ଉପଲବ୍ଧ ନ ଥିବା ଅଭିଯୋଗ ହେବା ପରେ ମା’ଶକ୍ତି ଏସ୍‌ଏଚ୍‌ଜି ପକ୍ଷରୁ ଅଦ୍ୟାବଧି ବ୍ଲକ ପ୍ରଶାସନକୁ ୯୨୦୦ ହାତତିଆରି ମାସ୍କ ଯୋଗାଇ ଦିଆଯାଇଛି। ମିଶନ ଶକ୍ତି ପକ୍ଷରୁ ଜନ ଶିକ୍ଷଣ ସଂସ୍ଥାନ, ଏରସମା ଶାଖା ମା’ଶକ୍ତି ୟୁନିଟର ମହିଳାମାନେ ମାସ୍କ ତିଆରି କରି ଯୋଗାଉଛନ୍ତି। ସଂସ୍ଥାନର ପ୍ରଶିକ୍ଷିକା ସନ୍ଧ୍ୟାରାଣୀ କୁଅଁରଙ୍କ ତତ୍ତ୍ୱାବଧାନରେ ସଙ୍ଗୀତା ସାହୁ, ପ୍ରଭାସିନୀ ଭୋଳ, ପୁଷ୍ପାଞ୍ଜଳି ଭୋଳ, ରୀନାରାଣୀ ବାରିକ, ସୁପ୍ରିୟା ସାହୁ ପ୍ରମୁଖ ବ୍ଲକ ମିଶନ ଶକ୍ତି ଜରିଆରେ ମାସ୍କ ଯୋଗାଇଛନ୍ତି। ଏ ସମ୍ପର୍କରେ ପ୍ରକଳ୍ପ ସଂଯୋଜକ କାର୍ତ୍ତିକ ସ୍ବାଇଁ କହିଛନ୍ତି, ଏହି ମହିଳାମାନେ ମାସ୍କ ଯେଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ତେଣୁ ସପ୍ତାହ ମଧ୍ୟରେ ଆଉ ୪୨୦୦ ମାସ୍କ ଯୋଗାଇବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri