ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ବାଲିଗୁଡ଼ା ବିଧାୟକ

କ.ନୂଆଗଁ।,୨୭।୫(ଡି.ଏନ୍‌.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଶିକ୍ଷକ ପଦବୀରୁ ଇସ୍ତଫା ଦେଇ ନିଜ ପଞ୍ଚାୟତ ସାଇନପଡ଼ାରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ହୋଇଥିଲେ। ଚଳିତ ନିର୍ବାଚନରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡି ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ୪୩,୧୭୫ ଖଣ୍ଡ ଭୋଟ ପାଇଥିଲେ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି କଂଗ୍ରେସର ସିମନ ମଲ୍ଲିକଙ୍କଠାରୁ ୬୯୧୦ ଖଣ୍ଡ ଭୋଟ ଅଧିକ ପାଇ ବିଧାୟକ ନିର୍ବାଚିତ ହୋଇଥିଲେ। ସୋମବାର କହଁର ବିଡିଓ ମନୋଜ କୁମାର ତ୍ରିପାଠୀଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଡିଓ ବ୍ଲକ ଚିଠି ନଂ. ୧୨୩୯ ଦ୍ୱାରା କନ୍ଧମାଳ ଜିଲାପାଳ, ବାଲିଗୁଡ଼ା ଉପଜିଲାପାଳ ଓ ଉପାଧ୍ୟକ୍ଷା ସୁଲୋଚନା ଦଳ ବେହେରାଙ୍କୁ ଅବଗତ କରାଇ କାର୍ଯ୍ୟାନୁଷ୍ଠାନ ପାଇଁ ଜଣାଇଛନ୍ତି। ସରକାରଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଉପାଧ୍ୟକ୍ଷା ଦଳବେହେରା ବ୍ଲକ କାର୍ଯ୍ୟ କରିବେ ବୋଲି ଜିପିଇଓ ବିରାଜ କୁମାର ସାହୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଜଳାର୍ଣ୍ଣବ, ଧୋଇଗଲା ଅସ୍ଥାୟୀ ପୋଲ

ପାଟପୁର,୨୫ା୧୦(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସକାଳୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ପୋଚକା ନାଳ ଉପରମୁଣ୍ଡରେ ଲଗାଣ...

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର...

ଯୁବତୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଖଣ୍ଡି ଗ୍ୟାଙ୍ଗର ମୁଖ୍ୟ ସମେତ ୬ ଗଲେ ଜେଲ

ବ୍ରହ୍ମପୁର ଅଫିସ,୧୮ା୮-ବ୍ରହ୍ମପୁର ବଡବଜାର ଥାନା ଲକ୍ଷ୍ମୀନୃସିଂହ ସାହିରେ ୬ ଜଣ ଦୁର୍ବୃତ୍ତ ଆତଙ୍କ ଚଳାଇବା ସହ ବାଲବଚା ଗ୍ୟାଙ୍ଗର ମୁଖ୍ୟ ଲବ ସେଠୀଙ୍କୁ ନ ପାଇ...

ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ

ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର...

ଫେସ୍‌ବୁକ୍‌, ହ୍ବାଟ୍ସଆପ୍‌ରେ ଦେଉଥିଲେ ତଥ୍ୟ: ପାକିସ୍ତାନୀ ଏଜେଣ୍ଟ ହନି ଟ୍ରାପରେ ହିିଞ୍ଜିଳି ଯୁବକ

ହିିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ)- ପାକିସ୍ତାନୀ ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ୨ ଜଣ ଯବାନଙ୍କୁ ଗିରଫ...

ଟ୍ରାକ୍ଟର ଓଲଟି ଶ୍ରମିକ ମୃତ

କ.ନୂଆଗଁା,୨୪ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ...

ମ୍ୟାଲେରିଆ ନିରାକରଣ ପାଇଁ ଆରମ୍ଭ ହେଲା ‘ଦମନ’

ବ୍ରହ୍ମପୁର ଅଫିସ୍‌,୧୧ା୫-ଗଞ୍ଜାମ ଜିଲାରେ ମ୍ୟାଲେରିଆକୁ ନିୟନ୍ତ୍ରଣରେ ରଖିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁଛି । ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆକୁ ମୂଳପୋଛ କରିବା ପାଇଁ ଆରମ୍ଭ ହୋଇଯାଇଛି...

ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଶେରଗଡ଼,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ,...

Advertisement


Archives

Model This Week

Why Dharitri