ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ତଦାରଖ

କେନ୍ଦୁଝର ୩୧ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଗୁଡିକର ସଦର ବିଡିଓ  ଜଗନ୍ନାଥ ହନୁମାନ ଓ  ଏବିଡିଓ ଭାଗବତ ନାଏକ ତଦାରଖ କରିଛନ୍ତି। ବରଦାପାଳ ପଞ୍ଚାୟତର ସରକାରୀ ଏସଏସଡି ବାଳିକା ଉଚ୍ଚବିଦ୍ୟାଳୟ,  ବାଉରୀପଦା ପଞ୍ଚାୟତ କେମ୍ପସଡା ନୋଡାଲ ଉପ୍ରା ବିଦ୍ୟାଳୟ, ବୋଦାପଳସା ପଞ୍ଚାୟତର ଚନ୍ଦ୍ରଶେଖର ଉଚ୍ଚ ବିଦ୍ୟାଳୟ, ଡିମ୍ବୋ ପଞ୍ଚାୟତର ଜନମଙ୍ଗଳ ଉଚ୍ଚ ବିଦ୍ୟାଳୟ, ଗୋବର୍ଦ୍ଧନ ପଞ୍ଚାୟତର ନୋଡାଲ ଉପ୍ରା ବିଦ୍ୟାଳୟ ସେଣ୍ଡେକାପ, ଗୋପୀନାଥପୁର ପଞ୍ଚାୟତର ନୋଡାଲ ଉପ୍ରା ବିଦ୍ୟାଳୟ ସିଲିସୁଆଁ, ହାଣ୍ଡିଭଙ୍ଗା ପଞ୍ଚାୟତର ପଞ୍ଚଶଖା ସରକାରୀ ଉଚ୍ଚ ବିଦ୍ୟାଳୟ ଆମୁଣି, ଜନାର୍ଦ୍ଦନପୁର ପଞ୍ଚାୟତର ସରକାରୀ ୟୁଜି ଏଚଏସ୍‌ ବିଦ୍ୟାଳୟ ଜନାର୍ଦ୍ଦନପୁର ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି ା ଏହି ବ୍ଲକର ୨୫ଟି ପଞ୍ଚାୟତରେ ୨୫ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ପାଇଁ ସ୍ବାସ୍ଥ୍ୟସେବା ସକାଶେ ଶଯ୍ୟା ବ୍ୟବସ୍ଥା, ପାଇଖାନା, ପିଇବାପାଣି, ୨୪ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥା ସାଙ୍ଗକୁ ବ୍ଲିଚିଂ ପକାଇ ବିଶୋଧନ କରାଯାଇଛି।  ପ୍ରତି କେନ୍ଦ୍ରରେ ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ/ସଭ୍ୟା କେନ୍ଦ୍ରମାନଙ୍କର ଦାୟିତ୍ୱରେ ରହିବେ ା ଏହି କେନ୍ଦ୍ରରେ ନୋଡାଲ ଅଫିସର ଓ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ତଦାରଖ କରିବେ ବୋଲି ସେମାନେ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri