ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ ରୁମ୍ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ଅନୁପସ୍ଥିତ ଦର୍ଶାଯାଇଥିଲା। ଏ ନେଇ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଓ ଅନ୍ୟ କର୍ମଚାରୀମାନେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ପଚାରିଥିଲେ। ଏହାକୁ ନେଇ ସମ୍ପୃକ୍ତ ଡାକ୍ତର ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳି କରିବା ସହ ମାଡ଼ ମାରିଥିବା ଅଭିଯୋଗରେ ଦର୍ଶାଯାଇଛି। ଏ ସମ୍ପର୍କରେ ସମ୍ପୃକ୍ତ ଡାକ୍ତର କହିଛନ୍ତି, କୋଭିଡ-୧୯ କଣ୍ଟ୍ରୋଲ ରୁମ୍ ଦାୟିତ୍ୱରେ ଥିବା କର୍ମଚାରୀମାନେ ସକାଳ ସାଢେ ୭ଟାରୁ ରାତି ସାଢେ ୯ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବା ନିମନ୍ତେ ସରକାରୀ ସ୍ତରରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ କର୍ମଚାରୀମାନେ ଠିକ୍ ସମୟରେ ଆସୁ ନ ଥିବାରୁ ଉପସ୍ଥାନ ଖାତାରେ ଅନୁପସ୍ଥିତ ଦର୍ଶାଯାଇଥିଲା। ପରେ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ତାଙ୍କ କାର୍ଯ୍ୟାଳୟକୁ ଆସି ଯୁକ୍ତିତର୍କ କରିବା ସହ ଚେୟାରକୁ ଗୋଇଠା ମାରିଥିଲେ। ଫଳରେ ସେମାନଙ୍କୁ କାର୍ଯ୍ୟାଳୟରୁ ବାହାର କରିଦେଇଥିଲି। ମାଡ଼ ମାରିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ଘଟଣା ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅବଗତ କରାଇ ଥାନାରେ ଅଭିଯୋଗ କରିବେ ବୋଲି ଡାକ୍ତର ପ୍ରକାଶ କରିଛନ୍ତି। ଏ ନେଇ ଆଇଆଇସି କନକ ମାଝି କହିଛନ୍ତି, ଅଭିଯୋଗ ହୋଇଛି। ଘଟଣାର ତଦନ୍ତ କରାଯିବ।
ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ
Posted inଅନୁଗୋଳ, ଆମ ଜିଲା ଖବର View All
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…
ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…
ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…
ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ
ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…
ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…
ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ
ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
Archives

