ବ୍ୟକ୍ତିଗତ ହାଜର ପାଇଁ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ

କଟକ ଅଫିସ, ୨୪।୯: ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ସୋମବାର ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅଦାଲତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ଉତ୍ତର ଦିଆଯାଇନାହିଁ। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ.ଝାବେରୀ ଓ ଜଷ୍ଟିସ କେ.ଆର.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆସନ୍ତା ୩୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି। ଏହି ଦିନ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ ହାଇକୋର୍ଟ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଥିବା ନେଇ ଆଇନଜୀବୀ ତଥା ସାମାଜିକ କର୍ମୀ ଚିତ୍ତରଞ୍ଜନ ମହାନ୍ତି ମାମଲା ରୁଜୁ କରିଥିଲେ। ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି, ବିଭିନ୍ନ ଜିଲାର ସ୍ବାସ୍ଥ୍ୟକେନ୍ଦ୍ରରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯାଉନାହିଁ। ଅଧିକାଂଶ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପାନୀୟଜଳ ସମସ୍ୟା ରହିଥିବାବେଳେ ଶୌଚାଳୟ ସୁବିଧା ନାହିଁ। ଏହି ସବୁ ସ୍ବାସ୍ଥ୍ୟକେନ୍ଦ୍ରରେ ଅଲଟ୍ରାସାଉଣ୍ଡ ମେଶିନ ନ ରହିବା, ଭିତ୍ତିଭୂମି ବିକାଶ ପାଇଁ ଏମ୍‌ପି ଲ୍ୟାଡ୍‌ରୁ ମିଳୁଥିବା ଅର୍ଥ ଖର୍ଚ୍ଚ ନ ହେବା ସମ୍ପର୍କରେ ପିଟିଶନରେ ଦର୍ଶାଯାଇଛି। ପୂର୍ବରୁ ଅର୍ଥାତ୍‌ ଗତ ଅଗଷ୍ଟ ୫ରେ ହୋଇଥିବା ଶୁଣାଣିବେଳେ ହାଇକୋର୍ଟ ରାଜ୍ୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ କରାଯିବା ସମ୍ପର୍କରେ ଜବାବ ରଖିବାକୁ କହିଥିଲେ। ସୋମବାର ବିଭାଗ ପକ୍ଷରୁ ଏହି ଜବାବ ଦାଖଲ କରିବାକୁ ହାଇକୋର୍ଟ କହିଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି ଜବାବ ଦିଆଯାଇନାହିଁ। ବିଭାଗର ଏଭଳି ଖାମଖିଆଲ ନୀତି ପାଇଁ ହାଇକୋର୍ଟ ବିରକ୍ତିଭାବ ପ୍ରକାଶ କରିବା ସହ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri