ବ୍ୟବଚ୍ଛେଦ ଗୃହରୁ ଚିକିତ୍ସା ଲାଗି ମୃତଦେହ ନେଇଗଲେ

ଆସିକା,୩୧ା୮(ଡି.ଏନ.ଏ.)-ଆସିକା ଥାନା କର୍ପୂରନୂଆଗଁା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକ ଗୁରୁତର ହୋଇଥିଲେ। ଆହତ ଜଣକ ସେହି ଗ୍ରାମର ଜିଲୁ ପଟ୍ଟନାୟକ। ଜିଲୁ ଏକ କଟରକୁ ବିଦ୍ୟୁତ୍‌ ସଂଯୋଗ କରୁଥିବାବେଳେ ବିଦ୍ୟୁତ୍‌ ଆଘାତ ପାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ଲାଗି ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପିତା ଯୋଗେନ୍ଦ୍ର ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଆସିକା ଥାନାରେ ନଂ.୨୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଅପରପକ୍ଷେ ମୃତଦେହ ବ୍ୟବଛେଦ ଲାଗି ପୋଷ୍ଟମର୍ଟମ ରୁମ୍‌କୁ ନିଆଯାଇଥିଲା। ତେବେ ମୃତକଙ୍କ ସମ୍ପର୍କୀୟ ଜିଲୁ ବିଞ୍ଚତ୍ଥିବା ସନ୍ଦେହ କରି ସେଠାରୁ ବାଇକରେ ଧରି ବ୍ରହ୍ମପୁର ବଡମେଡିକାଲକୁ ନେଇଯାଇଥିବା ଜଣାପଡିଛି।
ଘଟଣା ସମ୍ପର୍କରେ ଆସିକା ସରକାରୀ ଡାକ୍ତରଖାନାର ଚିକିତ୍ସାଧିକାରୀ ଡାକ୍ତର ଦୀପକ କୁମାର ସାମନ୍ତରାଙ୍କୁ ପଚାରିବାରୁ ସେ କହିଲେ ଯେ, ସମ୍ପୃକ୍ତ ଯୁବକଙ୍କୁ ପ୍ରଥମେ ଡାକ୍ତରଖାନାର ଜଣେ ମହିଳା ଡାକ୍ତର ଦେଖିଥିବାବେଳେ ପରବର୍ତ୍ତୀ ଅବସ୍ଥାରେ ସେ ନିଜେ ଦେଖି ମୃତ ଘୋଷଣା କରିଥିଲେ। ତେବେ ମୃତକଙ୍କ ଆତ୍ମୀୟ ଜୋର୍‌ ଜବରଦସ୍ତ ମୃତଦେହ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri