ସୋରଡା,୧୮ା୧୧(ଡି.ଏନ୍.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଆସିକା ଏସ୍ଡିପିଓ ଓ ବଡଗଡ ଥାନା ଅଧିକାରୀ ସଦଳବଳ ପହଞ୍ଚତ୍ ତଦନ୍ତ ଚଳାଇଥିଲେ ମଧ୍ୟ ଲୁଟେରାଙ୍କ ଟେର୍ ପାଇନାହାନ୍ତି। ପ୍ରାୟ ସାଢେ ୩ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଥିବା ବ୍ୟବସାୟୀ କେ. ସୀମାଦ୍ରି ପାତ୍ର କହିଛନ୍ତି। ପ୍ରକାଶ ଯେ, ବଡଗଡ ବଡଦାଣ୍ଡରେ ସୀମାଦ୍ରିଙ୍କ ଘର। ଘରର ଆଗପଟେ ଲୁଗା ସେ ଦୋକାନ କରିଥିବାବେଳେ ପଛପଟେ ସ୍ତ୍ରୀ ଗୀତାଞ୍ଜଳୀଙ୍କ ସହ ରୁହନ୍ତି। ସୋମବାର ସନ୍ଧ୍ୟାରେ ସେ ଦୋକାନରେ ବସିଥିବାବେଳେ ପଛପଟେ ଥିବା ଠାକୁର ଘରେ ସ୍ତ୍ରୀ ପୂଜା କରୁଥିଲେ। ୩ ଜଣ ଯୁବକ ଦୋକାନକୁ ଆସି ଲୁଗା ଦେଖାଇବାକୁ ସୀମାଦ୍ରିଙ୍କୁ କହିଥିଲେ। ସେ ଲୁଗା ଦେଖାଇବାବେଳେ ଯୁବକମାନେ ଭିତର ପଟୁ ଦୋକାନ କବାଟ ବନ୍ଦ କରି ଦେଇଥିଲେ। ପରେ ଦୋକାନ ପଛରେ ଥିବା ଘରକୁ ନେଇ ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ସୀମାଦ୍ରିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ବେକରୁ ସୁନା ଚେନ୍, ହାତରୁ ଏକ ମୁଦି ବାହାର କରି ନେଇଥିଲେ। ଠାକୁର ଘରକୁ ଯାଇ ପୂଜା କରୁଥିବା ଗୀତାଞ୍ଜଳୀଙ୍କୁ ବନ୍ଧୁକ ଦେଖାଇ ସେ ପିନ୍ଧିଥିବା ୨ଟି ସୁନାଚେନ୍, ଗୋଟିଏ ହାତମୁଦି, ଏକ ସୁନା ଲକେଟ, ହାତରୁ ୨ପଟ ସୁନା ଚୁଡି ବାହାର କରିନେଇଥିଲେ। ଫୋନରେ ଜଣେ ଯୁବକ ବାହାରେ ଥିବା ସାଥୀଙ୍କୁ ଗାଡି ଷ୍ଟାର୍ଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଦୁର୍ବୃତ୍ତମାନେ ବାହାରକୁ ଆସି କେଉଁଆଡେ ଚାଲି ଯାଇଥିଲେ। ସୀମାଦ୍ରି ଓ ଗୀତାଞ୍ଜଳୀ ବାହାରକୁ ଆସି ପାଟି କରିବାରୁ ଲୋକେ ପଡୋଶୀ ପହଞ୍ଚତ୍ୟାଇଥିଲେ। ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ ଏବଂ ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ଖବର ଲେଖାହେବା ସୁଦ୍ଧା ପୋଲିସ ତଦନ୍ତ ଚଳାଇଛି। ଲୁଟ୍ ସୁନା ଅଳଙ୍କାରର ମୂଲ୍ୟ ପ୍ରାୟ ସାଢେ ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି ସୀମାଞ୍ଚଳ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
Archives

