ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)-
ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍ ବର୍ଜନ ନେଇ ସହରରେ ଶୋଭାଯାତ୍ରା କରି ବ୍ୟବସାୟୀ, ଖାଉଟିଙ୍କୁ ସଚେତନ କରୁଛନ୍ତି। ଶୋଭାଯାତ୍ରାରେ ଜିଲାପାଳ, ଏସ୍ପି, ଡିଏଫ୍ଓ, ପୌର ନିର୍ବାହୀ ଅଧିକାରୀ ଅଂଶଗ୍ରହଣ କରୁଛନ୍ତି। ଜନସାଧାରଣ କେତେକାଂଶରେ ସଚେତନ ହୋଇଥିଲେ ମଧ୍ୟ ବ୍ୟବସାୟୀ ମାନଙ୍କ ବେପରୁଆ ମନୋଭାବ ଯୋଗୁ ମୁଖ୍ୟ ରାସ୍ତା କଡ଼ରେ ଜରି, ପଲିଥିନ୍ ଏବଂ ଅଦରକାରୀ କ୍ଷତିକାରକ ପ୍ଲାଷ୍ଟିକ ସାମଗ୍ରୀ ପକାଉଛନ୍ତି। ଏନେଇ ସହରବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପୃକ୍ତ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହେଉଛି। ମାଲକାନଗିରି ବସ୍ଷ୍ଟାଣ୍ଡ ପରିସରରେ ଥିବା ଏକ ଅସ୍ଥାୟୀ କଲିକତା ବିଗ୍ ବଜାର ଅଦରକାରୀ ଜରି ମୁଣା ଏବଂ ପ୍ଲାଷ୍ଟିକ ବସ୍ତୁ ବସଷ୍ଟାଣ୍ଡ ପରିସରରେ ଗଦା କରୁଛି। ସେହିପରି ଟେଲିଫୋନ ଭବନ ସାମନାରେ ମଧ୍ୟ ଏପରି କୁଢକୁଢ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବସାୟୀମାନେ ଗଦା କରୁଛନ୍ତି। ସକାଳେ ବୁଲା ଗୃହପାଳିତ ପ୍ରାଣୀମାନେ ଏହିସବୁ ସାମଗ୍ରୀ ଖାଉଥିବାର ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ଏମ୍. ନୀଳକଣ୍ଠ ନାଇଡୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସହରର ବ୍ୟବସାୟୀଙ୍କୁ ଏନେଇ ବାରମ୍ବାର ତାଗିଦ କରାଯାଇଛି। ଆଗାମୀ ଦିନରେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ା
Posted inHome Left, ମାଲକାନଗିରି, ରାଜ୍ୟ View All
ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ
ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…
କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ
କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ
ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…
LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ
ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…
ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍ ଦିବସ
ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍ ଦିବସ’।…
CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…
ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…
ଏଇ ଭାରତରେ
ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…
ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ
ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

