ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍‌

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)-
ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍‌ ବର୍ଜନ ନେଇ ସହରରେ ଶୋଭାଯାତ୍ରା କରି ବ୍ୟବସାୟୀ, ଖାଉଟିଙ୍କୁ ସଚେତନ କରୁଛନ୍ତି। ଶୋଭାଯାତ୍ରାରେ ଜିଲାପାଳ, ଏସ୍‌ପି, ଡିଏଫ୍‌ଓ, ପୌର ନିର୍ବାହୀ ଅଧିକାରୀ ଅଂଶଗ୍ରହଣ କରୁଛନ୍ତି। ଜନସାଧାରଣ କେତେକାଂଶରେ ସଚେତନ ହୋଇଥିଲେ ମଧ୍ୟ ବ୍ୟବସାୟୀ ମାନଙ୍କ ବେପରୁଆ ମନୋଭାବ ଯୋଗୁ ମୁଖ୍ୟ ରାସ୍ତା କଡ଼ରେ ଜରି, ପଲିଥିନ୍‌ ଏବଂ ଅଦରକାରୀ କ୍ଷତିକାରକ ପ୍ଲାଷ୍ଟିକ ସାମଗ୍ରୀ ପକାଉଛନ୍ତି। ଏନେଇ ସହରବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପୃକ୍ତ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହେଉଛି। ମାଲକାନଗିରି ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଏକ ଅସ୍ଥାୟୀ କଲିକତା ବିଗ୍‌ ବଜାର ଅଦରକାରୀ ଜରି ମୁଣା ଏବଂ ପ୍ଲାଷ୍ଟିକ ବସ୍ତୁ ବସଷ୍ଟାଣ୍ଡ ପରିସରରେ ଗଦା କରୁଛି। ସେହିପରି ଟେଲିଫୋନ ଭବନ ସାମନାରେ ମଧ୍ୟ ଏପରି କୁଢକୁଢ ପ୍ଲାଷ୍ଟିକ ସାମଗ୍ରୀ ବ୍ୟବସାୟୀମାନେ ଗଦା କରୁଛନ୍ତି। ସକାଳେ ବୁଲା ଗୃହପାଳିତ ପ୍ରାଣୀମାନେ ଏହିସବୁ ସାମଗ୍ରୀ ଖାଉଥିବାର ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ଏମ୍‌. ନୀଳକଣ୍ଠ ନାଇଡୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସହରର ବ୍ୟବସାୟୀଙ୍କୁ ଏନେଇ ବାରମ୍ବାର ତାଗିଦ କରାଯାଇଛି। ଆଗାମୀ ଦିନରେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ା


Enter your email to get our daily news in your inbox.

All Right Reserved By Dharitri.Com

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri