ବ୍ୟବସ୍ଥାକୁ ୩.୭୪ ଲକ୍ଷ କୋଟି ନଗଦ ଛାଡିବ ଆର୍‌ବିଆଇ

ମୁମ୍ବାଇ୨୮। ୩: କୋଭିଡ-୧୯ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇଛି। ଏହାର ପ୍ରଭାବକୁ କମ୍‌ କରିବା ଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଦେଶର ଅର୍ଥ ବ୍ୟବସ୍ଥାକୁ ମୋଟ ୩.୭୪ ଲକ୍ଷ କୋଟି ଟଙ୍କାର ନଗଦ ଉପଲବ୍ଧ କରାଇ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ଦେଶର ପୁଞ୍ଜି ବଜାର ଏବେ ପ୍ରଭାବିତ ସ୍ଥିତିରେ ରହିଛି। ବଜାରରେ ସ୍ଥିତାବସ୍ଥା ଆଣିବା ଏବଂ ଅର୍ଥନୈତିକ ଅଭିବୃଦ୍ଧିକୁ ଫେରାଇ ଆଣିବା ଦିଗରେ କେନ୍ଦ୍ରୀୟ ବ୍ୟାଙ୍କକୁ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ଶୁକ୍ରବାର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକରେ ସେ ବିଭିନ୍ନ ପଦକ୍ଷେପ ଘୋଷଣା କରିବା ସହ ଏଭଳି ସୂଚନା ଦେଇଛନ୍ତି। ବଜାରକୁ ନଗଦ ସୁବିଧା ଯୋଗାଣ ପଦକ୍ଷେପ ସମ୍ପର୍କିତ ସୂଚନା ଦେଇ ସେ କହିଛନ୍ତି ଯେ, ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ରେପୋ ଅପରେଶନ ହାତକୁ ନିଆଯାଇଛି। ଏହା ଦ୍ୱାରା ବଜାରରେ ନଗଦ ଉପଲବ୍ଧ କରାଇବା ତ୍ୱରାନ୍ବିତ ହେବ। ଏବେ ରିଜର୍ଭ ବ୍ୟାଙ୍କ କ୍ୟାସ ରିଜର୍ଭ ରେସିଓ (ସିଆର୍‌ଆର୍‌) ୧୦୦ ବେସିସ୍‌ ପଏଣ୍ଟ ଖସାଇବା ଯୋଗୁ ଏହା ୩%କୁ କମିଛି ଏହା ୪% ରହିଥିଲା। ମାର୍ଚ୍ଚ ୨୮ରୁ ଆଗାମୀ ଗୋଟିଏ ବର୍ଷ ଲାଗି ଏଭଳି ଘୋଷଣା କାମ କରିବ। ସିଆର୍‌ଆର୍‌ କୋହଳ ହେବା ଦ୍ୱାରା ବଜାରକୁ ୧.୩୭ ଲକ୍ଷ କୋଟି ଟଙ୍କାର ନଗଦ ଆସିବା ନେଇ ଆଶା କରାଯାଉଛି ବୋଲି ଗଭର୍ନର ମତ ରଖିଛନ୍ତି। ସିଆର୍‌ଆର୍‌ ହେଉଛି ବ୍ୟାଙ୍କ ଜମାର ସେହି ଅଂଶ ଯାହାକୁ ବ୍ୟାଙ୍କଗୁଡିକ ବାଧ୍ୟତାମୂଳକ ଭାବେ କେନ୍ଦ୍ରୀୟ ବ୍ୟାଙ୍କରେ ଜମା ରଖିଥାନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ୨୦୧୩ ଫେବୃୟାରୀରେ ସିଆର୍‌ଆରକୁ ୨୫ ବେସିସ ପଏଣ୍ଟ ହ୍ରାସ କରିଥିଲେ। ମୋଟାମୋଟି ଭାବେ କହିବାକୁ ଗଲେ ବିଭିନ୍ନ ପଦକ୍ଷେପ ଦ୍ୱାରା ବଜାରକୁ ୩.୭୪ ଲକ୍ଷ କୋଟି ଟଙ୍କା ଉପଲବ୍ଧ ହେବ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri