Posted inUncategorized

ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଲୋକପ୍ରିୟ ଅଭିନେତା ପାଲଟିଥିଲେ ସୁଶାନ୍ତ

ବମ୍ବେ: ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସରରୁ ଧାରାବାହିକ, ପରେ ବଡ଼ପରଦା। ଏଭଳି କିଛି ଥିଲା ଅଭିନେତା ସୁଶାନ୍ତ ସିଂଙ୍କ ଯାତ୍ରା। ଜଣେ ସଫଳ ନାୟକ ଭାବେ ସେ ନିଜକୁ ପ୍ରମାଣିତ ମଧ୍ୟ କରିଥିଲେ। ଜୁନ୍‌ ୧୪ରେ ମାତ୍ର ୩୪ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି। ହଠାତ୍‌ କେହି ଏହି କଥାକୁ ଗ୍ରହଣ କରିପାରି ନ ଥିଲେ। ଏବେ ବି ସେ ଆଉ ନ ଥିବା ଖବରକୁ ଗ୍ରହଣ କରିପାରୁ ନାହାନ୍ତି ପ୍ରଶଂସକ। ସୋସିଆଲ ମିଡିଆରେ ତାଙ୍କର ଅନେକ ଭିଡିଓ ଭାଇରାଲ ହେଉଛି। ଯାହା ତାଙ୍କର ସ୍ମୃତିକୁ ସତେଜ କରୁଛି।
ଏପରି ଏକ ଭିଡିଓରେ ସୁଶାନ୍ତଙ୍କ ପ୍ରାରମ୍ଭିକ ସମୟକୁ ଦେଖିବାକୁ ମିଳୁଛି। ଏଥିରେ ସେ ଐଶ୍ୱର୍ଯ୍ୟା ରାୟଙ୍କ ସୟ ମଞ୍ଚରେ ବ୍ୟାକ୍‌ ଗ୍ରାଉଣ୍ଡ ଡ୍ୟାନ୍ସର ଭାବେ ନୃତ୍ୟ କରୁଛନ୍ତି।

ଘଟଣାଟି ୨୦୦୬ ମସିହାର। ଖ୍ୟାତନାମା କୋରିଓଗ୍ରାଫର ଶ୍ୟାମକ ଡାଭରଙ୍କ ନୃତ୍ୟ କ୍ଲାସରେ ସୁଶାନ୍ତ ଯୋଗ ଦେଇଥିଲେ। ସେତେବେଳେ ତାଙ୍କ ନୃତ୍ୟଶୈଳୀକୁ ଦେଖି ପସନ୍ଦ କରିଥିଲେ ଶ୍ୟାମକ। ଏଥିରେ ପ୍ରଭାବିତ ହୋଇ ଅଷ୍ଟ୍ରେଲିଆରେ ହେବାକୁ ଥିବା ଏକ ସମାରୋହରେ ଐଶ୍ୱର୍ଯ୍ୟାଙ୍କ ସହ ନାଚିବାକୁ ସୁଯୋଗ ଦେଇଥିଲେ। ମେଲବର୍ନର ଏକ ଖେଳର ଉଦ୍‌ଯାପନୀ ଉତ୍ସବରେ ଐଶ୍ୱର୍ଯ୍ୟା ଭାରତର ପ୍ରତିନିଧିତ୍ୱ କରୁଥିଲେ। କେବଳ ଐଶ୍‌ ନୁହଁନ୍ତି, ସୁଶାନ୍ତ ହ୍ରିତିକ୍‌ଙ୍କ ଚଳଚ୍ଚିତ୍ର ‘ଧୁମ୍‌-୨’ର ଗୀତରେ ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଭାବେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri