ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ଅଡୁଆ ପରିସ୍ଥିତି:କାର୍ଯ୍ୟକାରୀ ହେଲାନି ହାଇକୋର୍ଟ ଆଦେଶ

କଟକ ଅଫିସ,୧୬।୭: ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ। ୨୦୧୩ ଜାନୁୟାରୀ ୨୧ରେ ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳ ନିମନ୍ତେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ ସଂରକ୍ଷିତ ଅଞ୍ଚଳ ମଧ୍ୟରେ ବସତି ସ୍ଥାପନ କରିଥିବା ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ସରକାର ଆଦେଶନାମା ଜାରି କରିଥିଲେ। ତେବେ ସ୍ଥାନାନ୍ତର ବଦଳରେ ଯୋଗ୍ୟ ହିତାଧିକାରୀମାନଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବାକୁ ସରକାର ଘୋଷଣାନାମାରେ ଉଲ୍ଲେଖ କରିଥିଲେ। ଏଥିପାଇଁ ଏକ ଆବେଦନପତ୍ର ମଧ୍ୟ ସରକାର ପ୍ରସ୍ତୁତ କରିଥିଲେ। କିନ୍ତୁ ଏହି କ୍ଷତିପୂରଣ ଦେବାରେ ସରକାର ଟାଳଟୁଳ ନୀତି ଅବଲମ୍ବନ କରିଥିଲେ। ଫଳରେ ବିସ୍ଥାପିତ ହେବାକୁ ଥିବା ଲୋକେ ଏ ସମ୍ପର୍କରେ ଜିଲାପାଳ, ବନଖଣ୍ଡ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। କିନ୍ତୁ କୌଣସି ସୁଫଳ ନ ମିଳିବାରୁ ୨୯ ଜଣ ବିସ୍ଥାପିତ ପରିବାର ୨୦୧୮ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲାର ଶୁଣାଣି କରି ହାଇକୋର୍ଟ ଗତ ଫେବୃୟାରୀରେ ସରକାରଙ୍କୁ ଆଦେଶନାମା ଜାରି କରିଥିଲେ। ଏହି ଆଦେଶନାମା ଅନୁଯାୟୀ ବିସ୍ଥାପିତମାନଙ୍କୁ ନିୟମାବଳୀ ଅନୁଯାୟୀ ୬ ସପ୍ତାହ ମଧ୍ୟରେ ଥଇଥାନ କରିବାକୁ କୁହାଯାଇଥିଲା। କିନ୍ତୁ ଇତିମଧ୍ୟରେ ଅନେକ ଦିନ ବିତିଗଲାଣି। ମାତ୍ର ବିସ୍ଥାପିତଙ୍କ କ୍ଷେତ୍ରରେ ସରକାର କୌଣସି ବ୍ୟବସ୍ଥା କରିନାହାନ୍ତି। ଅନ୍ୟପକ୍ଷରେ ବାଘ ସୁନ୍ଦରୀର ଆତଙ୍କ ସମୟରେ ସ୍ଥାନୀୟ ପ୍ରଶାସନ ଜୋରଜବରଦସ୍ତ ସଂରକ୍ଷିତ ଅଞ୍ଚଳ ମଧ୍ୟରେ ବସବାସ କରୁଥିବା ଲୋକଙ୍କ ଘର ଭାଙ୍ଗି ଦେଇଥିଲା। ତେଣୁ ବାସହରାମାନେ ଏବେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ତେଣୁ ହାଇକୋର୍ଟଙ୍କ ଆଦେଶକୁ କାର୍ଯ୍ୟକାରୀ କରା ନ ଯିବାରୁ ପୁନର୍ବାର ବିସ୍ଥାପିତମାନେ କୋର୍ଟ ଆଦେଶ ଅବମାନନା ମାମଲା ରୁଜୁ କରିବାକୁ ପ୍ରସ୍ତୁତ ହେଉଥିବା ଆଡଭୋକେଟ ନିରଞ୍ଜନ ହୋତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri