ବ୍ୟାଙ୍କଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ

ନୂଆଦିଲ୍ଲୀ,୪-୨
ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ଦେଶର ବିଭିନ୍ନ ବ୍ୟାଙ୍କ ଏବଂ ବଚ୍ଛାବଚ୍ଛା ବିତ୍ତ ପ୍ରତିଷ୍ଠାନଗୁଡିକରେ ୧.୧୩ ଲକ୍ଷ କୋଟି ଟଙ୍କାର ଠକେଇ ହୋଇଥିବା ରିପୋର୍ଟ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମ ସୋମବାର ଏ ନେଇ ସଂସଦକୁ ସୂଚନା ଦେଇଛନ୍ତି। ଲୋକସଭାରେ ଏକ ଲିଖିତ ଉତ୍ତରରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ବଡ ଧରଣର ଠକେଇ ରୋକିବା ଲାଗି ସରକାର ୨୦୧୫ରେ ଏକ ନିୟମ ଜାରି କରିଛନ୍ତି। ଏହା ଦ୍ୱାରା ୫୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସଂଦିଗ୍ଧ ଠକେଇକୁ ଠିକ୍‌ ସମୟରେ ପତ୍ତା ଲଗାଇବା, ଏହାର ରିପୋର୍ଟ କରିବା ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଛି। ବ୍ୟାଙ୍କଗୁଡିକରେ ଢାଞ୍ଚାଗତ ଏବଂ ପ୍ରକ୍ରିୟାଗତ ସଂସ୍କାର ପ୍ରକ୍ରିୟା ହାତକୁ ନିଆଯାଇଛି।
ସେ, ଆହୁରି ମଧ୍ୟ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଏନ୍‌ପିଏକୁ ନିୟନ୍ତ୍ରଣ କରିବା ଲାଗି ରିଜର୍ଭ ବ୍ୟାଙ୍କ ପଦକ୍ଷେପ ନେଉଛି। ସୂଚନା ଯୋଗ୍ୟ ବ୍ୟାଙ୍କଗୁଡିକରେ ଲଗାତର ଠକେଇ ବଢୁଥିବା ସାମ୍ନାକୁ ଆସିଛି। ୨୦୧୬-୧୭ରେ ବ୍ୟାଙ୍କଠକେଇରେ ଅର୍ଥର ପରିମାଣ ୨୩,୯୩୪ କୋଟି ଟଙ୍କା ରହିଥିଲା। ଏହା ପରବର୍ଷଠାରୁ ଏହି ଧାରାରେ ବିରାମ ଲାଗିନାହିଁ। ସେହିଭଳି ୨୦୧୭-୧୮ରେ ଏଥିରେ ବୃଦ୍ଧି ଘଟି ୪୧,୧୬୭ କୋଟି, ୨୦୧୮-୧୯ରେ ୭୧,୫୪୩ କୋଟି ଏବଂ ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ୬ ମାସରେ ଏହା ୧,୧୩,୩୭୪ କୋଟି ଟଙ୍କାକୁ ବଢିଛି।
ସୀତାରାମନ କହିଛନ୍ତି , ଏନପିଏ ଚିହ୍ନଟ ଲାଗି କୌଶଳ, ସଂସ୍କାର ଧାରା, ବ୍ୟାଙ୍କଗୁଡିକୁ ପୁନଃପୁଞ୍ଜି ଯୋଗାଣ ଦିଗରେ ସରକାର କାର୍ଯ୍ୟ କରୁଛନ୍ତି। ଏନ୍‌ପିଏ ଅସୁଲି ଦିଗରେ ନିଆଯାଉଥିବା ପଦକ୍ଷେପ ଯୋଗୁ ସେପ୍ଟେମ୍ବର ୩୦ ବ୍ୟାଙ୍କଗୁଡିକରେ ଏନ୍‌ପିଏ ୭.୨୭ ଲକ୍ଷ କୋଟି ଟଙ୍କାକୁ ଖସିଥିବା ସେ ସୂଚନା ଦେଇଛନ୍ତି। ଆର୍‌ବିଆଇ ଡାଟା ମୁତାବକ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଏନପିଏ ପରିମାଣ ୨୦୧୫ ମାର୍ଚ୍ଚରେ ୨.୭୯ ଲକ୍ଷ କୋଟି ଟଙ୍କା ରହିଥିଲା। ଏହା ୨୦୧୭ ମାର୍ଚ୍ଚରେ ୬.୮୪ ଲକ୍ଷ କୋଟି ଏବଂ ୨୦୧୮ ମାର୍ଚ୍ଚ ଶେଷ ସୁଦ୍ଧା ୮.୯୫ ଲକ୍ଷ କୋଟି ଟଙ୍କାକୁ ବଢିଥିଲା ବୋଲିଡାଟାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?