ବ୍ୟାଙ୍କରୁ ଚୋରି ଉଦ୍ୟମ ପଣ୍ଢ, ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ୍‌, ୨୪।୧:ଜଗତ୍‌ସିଂପୁର ବ୍ଲକ ଶାଳଜଙ୍ଗ ସିଣ୍ଡିକେଟ୍‌ ବ୍ୟାଙ୍କରୁ ବୁଧବାର ରାତିରେ ହୋଇଥିବା ଚୋରି ଉଦ୍ୟମ ପଣ୍ଡ ହୋଇଛି। ଖବରପାଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ସମେତ ଗ୍ରାମବାସୀ ସେଠାରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ପୁରଣ ଗ୍ରାମର ସ୍ବାଧୀନ ଦାସ। ବ୍ୟାଙ୍କ ଶାଖା ପରିଚାଳକ ତଥା ସ୍ଥାନୀୟ ଅଳସୁଧାର ଦେବାଶିଷ ବେହେରାଙ୍କ ଅଭିଯୋଗକ୍ରମେ ଜଗତ୍‌ସିଂହପୁର ପୋଲିସ ୨୯/୨୦ ନଂ.ରେ ମାମଲା ରୁଜୁ କରିବା ସହ ଗୁରୁବାର ସ୍ବାଧୀନଙ୍କୁ କୋର୍ଟ ଚାଲାଣ କରିଛି।
ଅଭିଯୋଗ ମୁତାବକ, ରାତି ପ୍ରାୟ ୧୧ଟା ୫୦ରେ ବ୍ୟାଙ୍କ ଭିତରେ କେହି ପଶିଥିବା ଦେଖି ଜେନେରେଟର ଚାଳକ ପ୍ରତାପ କୁମାର ବେହେରା ଶାଖା ପରିଚାଳକଙ୍କୁ ଖବର ଦେଇଥିଲେ। ସେଠାରେ ପହଞ୍ଚତ୍ବା ପରେ ବ୍ୟାଙ୍କ କମ୍ପ୍ୟୁଟର ସର୍ଭିସ ରୁମ୍‌ର ପଛ ପଟ ଝରକା ତଡ଼ାଯାଇଥିବା ଦେଖାଯାଇଥିଲା। ଏଥିସହ ସେଠାରେ ଝରକା ତାଡିବା ପାଇଁ ବ୍ୟବହୃତ ଶାବଳ ଓ ଅନ୍ୟ ଯନ୍ତ୍ରପାତି ଏକ ବ୍ୟାଗରେ ପଡ଼ିଥିଲା। ଏହାପରେ ଗ୍ରାମବାସୀଙ୍କ ସହଯୋଗରେ ବ୍ୟାଙ୍କ ଭିତରୁ ଅଭିଯୁକ୍ତଙ୍କୁ କାବୁ କରାଯାଇଥିଲା ବୋଲି ଅଭିଯୋଗପତ୍ରରେ ଦର୍ଶାଯାଇଛି। ପୋଲିସ ସେଠାରେ ପହଞ୍ଚତ୍ ସ୍ବାଧୀନଙ୍କୁ ଗିରଫ କରିବା ସହ ଝରକା ତାଡ଼ିବା ପାଇଁ ବ୍ୟବହୃତ ସାମଗ୍ରୀକୁ ଜବତ କରିଥିଲା। ଏ ସମ୍ପର୍କରେ ଜଗତ୍‌ସିଂହପୁର ଥାନା ଆଇଆଇସି ରଜନୀକାନ୍ତ ମିଶ୍ର କହିଛନ୍ତି, ପୂର୍ବରୁ ସ୍ବାଧୀନଙ୍କ ନାମରେ ଜଗତ୍‌ସିଂହପୁର ଥାନାରେ ୬ଟି ମାମଲା ରହିଛି। ଏହାବାଦ୍‌ କଟକ, ଭୁବନେଶ୍ୱରରେ ମାମଲା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri