ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ ବି କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନଥିବା ସେମାନେ ଅଭିଯୋଗ କରିଛନ୍ତି। କରୋନା ମହାମାରୀ ସମୟରେ ଲ୍‌କଡାଉନ୍‌ ହୋଇଥିଲେ ମଧ୍ୟ ଗ୍ରାହକମାନେ ବ୍ୟାଙ୍କରେ ଜମା ରଖିଥିବା ଅର୍ଥ ନେଣଦେଣ ସହିତ ସରକାରଙ୍କ ପକ୍ଷରୁ ମିଳିଥିବା ଆର୍ଥିକ ସହାୟତା ପାଇଁ ବ୍ୟାଙ୍କ ଉପରେ ନିର୍ଭର କରୁଛନ୍ତି। ମାସେ ପୂର୍ବରୁ ସାମାଜିକ ଦୂରତା ରକ୍ଷା ପାଇଁ ବ୍ୟାଙ୍କ ବାହାରେ ଏକ ଅସ୍ଥାୟୀ ଟେଣ୍ଟ କରାଯାଇଥିଲା। ମାତ୍ର କାଳ ବୈଶାଖୀରେ ଉକ୍ତ ଟେଣ୍ଟ ଭାଙ୍ଗି ଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାହା ନିର୍ମାଣ କରାଯାଇ ପାରିନାହିଁ। ମାତ୍ର ପେନ୍‌ସନ୍‌ଧାରୀ ଓ ମହିଳା ଗ୍ରାହକମାନେ ମୁଣ୍ଡଫଟା ଖରାରେ ଅତି ଦୟନୀୟ ଅବସ୍ଥାରେ ଠିଆ ହୋଇ ରହିଥିବା ଦେଖିବାକୁ ମିଳିଛି। ଏସମ୍ପର୍କରେ ବ୍ୟାଙ୍କ ଶାଖା ପରିଚାଳକ ଚିତ୍ତରଞ୍ଜନ ପଣ୍ଡାଙ୍କୁ ପଚାରିବାରୁ କାଳ ବୈଶାଖୀରେ ଟେଣ୍ଟଟି ଭାଙ୍ଗି ଯାଇଛି ଏବଂ ଗ୍ରାହକଙ୍କ ସଂଖ୍ୟାକୁ ନଜରରେ ରଖି ୪ଗୋଟି କାଉଣ୍ଟର ଖୋଲାଯାଇଛି। ଖୁବଶୀଘ୍ର ବାହାରେ ଠିଆ ହୋଇ ରହୁଥିବା ଗ୍ରାହକମାନଙ୍କ ପାଇଁ ଟେଣ୍ଟ ତିଆରି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ସୁଧୀର ମେମୋରିଆଲ ସର୍ବଭାରତୀୟ ଫୁଟବଲ୍ ଟୁର୍ଣାମେଣ୍ଟ: ଫୁଲବାଣୀର ସୂରଜ ଏକାଦଶ ଚାମ୍ପିଆନ

ବରଗଡ଼,୧୮।୫ (ପ୍ରେମାନନ୍ଦ ଖମାରୀ): ବରଗଡ ୟୁନାଇଟେଡ୍ ସ୍ପୋର୍ଟସ୍ କ୍ଲବ୍, ବରଗଡ଼ ଆନୁକୂଲ୍ୟରେ ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ପ୍ରଥମ ସୁଧୀର ମେମୋରିଆଲ ଫ୍ଲଡ୍‌ଲାଇଟ୍ ନାଇଟ୍…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri