ବ୍ୟାଙ୍କରେ ଠକେଇ ଗୁଜବ

ଭଞ୍ଜନଗର,୬।୩(ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳର ଏକ ରାଷ୍ଟ୍ରାୟତ ବ୍ୟାଙ୍କରେ ଠକେଇ ହୋଇଥିବାନେଇ କିଛିଦିନ ହେବ ସୋସିଆଲ ମିଡ଼ିଆରେ ଗୁଜବ ହେଉଛି। ଲୋକେ ବ୍ୟାଙ୍କରେ ବନ୍ଧକ ରଖୁଥିବା ସୁନାରେ ଠକେଇ ହୋଇଥିବା ପ୍ରଚାର ହେଉଛି। ଏହାପୂର୍ବରୁ ଗତ ମାସରେ ଉକ୍ତ ବ୍ୟାଙ୍କ ବିରୋଧରେ ଆଉ ଏକ ମିଥ୍ୟା ପ୍ରଚାର ହୋଇଥିଲା। ଯାହାକୁ ନେଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥା ବଢ଼ିଯାଇଥିଲା। ଏହି ପ୍ରଚାର ମିଥ୍ୟା ବୋଲି ବ୍ୟାଙ୍କ କର୍ତ୍ତୃପକ୍ଷ ପ୍ରମାଣ କରିବାର କିଛିଦିନ ଯାଇ ନାହିଁ ପୁଣି ଆଉ ଗୋଟିଏ ଅପପ୍ରଚାର ବ୍ୟାଙ୍କ ବିରୋଧରେ ଆସିଛି। ଯାହାକୁ ନେଇ ନାନା ସନ୍ଦେହ ପ୍ରକାଶ ପାଇଛି। ବ୍ୟାଙ୍କ ଠକେଇ ସମ୍ପର୍କରେ ଭଞ୍ଜନଗର ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ଗୁଜବ ହେଉଥିବା ନେଇ ବ୍ୟାଙ୍କ ଅଧିକାରୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ଏନେଇ ଆମ ପାଖରେ ଲିଖିତ ଅଭିଯୋଗ ହୋଇନାହିଁ। ଅଭିଯୋଗ ଆସିଲେ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri