ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଲୁଟ୍‌

ବାଲିଅନ୍ତା,୧୫ା୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହଳ ଫାଣ୍ଡି ଅଧୀନ ଫୁଲନଖରା-ନିଆଳୀ ମାଧବ ରାସ୍ତାର ନଖରାସ୍ଥିତ ଖାରବେଳ ଇଷ୍ଟେଟର ଏକ ନିଛାଟିଆ ସ୍ଥାନରୁ ଶୁକ୍ରବାର ଅପରାହ୍ନରେ ବଡଧରଣର ଡକାୟତି ହୋଇଛି। ୫ରୁ ୬ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୨ ବ୍ୟାଙ୍କ କର୍ମଚାରୀଙ୍କଠାରୁ ପ୍ରାୟ ୩୫ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ଘଟଣା ଜାଣିବା ପରେ ଇଣ୍ଡିଆନ ବ୍ୟାଙ୍କର ନିଆଳୀ ଶାଖା ପରିଚାଳକ ନରେଶ କୁମାର ପଟ୍ଟନାୟକ ରାତିରେ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ନିଆଳୀସ୍ଥିତ ଇଣ୍ଡିଆନ ବ୍ୟାଙ୍କର ନଗଦ ୩୫ଲକ୍ଷ ଟଙ୍କା ନେଇ ବ୍ୟାଙ୍କର ୨ କର୍ମଚାରୀ ଏକ ଘରୋଇ କାର୍‌(ନଂ ଓଡି ୦୨ ଏବି ୦୯୦୨) ଯୋଗେ ଭୁବନେଶ୍ୱର ଶହୀଦ ନଗରସ୍ଥିତ ମୁଖ୍ୟ କାର୍ଯ୍ୟାଳୟକୁ ଡିପୋଜିଟ ପାଇଁ ଯାଉଥିଲେ। ଟଙ୍କା ରଖିଥିବା ଟ୍ରଙ୍କଟିକୁ କାର୍‌ର ପଛ ଡୋରରେ ରଖି କର୍ମଚାରୀମାନେ ନିଆଳୀରୁ ଅପରାହ୍ନ ୪ଟା ୫୦ରେ ଭୁବନେଶ୍ୱର ଅଭିମୁଖେ ବାହାରିଥିଲେ। କିନ୍ତୁ ପୂର୍ବରୁ ୫/୬ଜଣ ଦୁର୍ବୃତ୍ତ ଗୋଟିଏ କାର୍‌ରେ ପିଛା କରି ଖାରବେଳ ଇଷ୍ଟେଟ ସମ୍ମୁଖରେ ବ୍ୟାଙ୍କ କାରଟିକୁ ଅଟକାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଡ୍ରାଇଭର ଭୟରେ କାର୍‌ଟିକୁ ଫୁଲନଖରା ଆଡ଼କୁ ନ ନେଇ ଇଷ୍ଟେଟ କଲୋନୀ ଭିତରକୁ ନେଇଯାଇଥିଲେ। ଦୁର୍ବୃତ୍ତମାନେ ପିଛାକରି କଲୋନୀ ଶେଷ ଆଡ଼କୁ ମଶାଣି ନିକଟସ୍ଥ ନିଛାଟିଆ ସ୍ଥାନରେ ଅଟକାଇ ପ୍ରଥମେ ଡ୍ରାଇଭର ସମ୍ବିତ ମଲ୍ଲିକଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ କାର୍‌ ଚାବିଟିକୁ ନେଇଯାଇଥିଲେ। ପରେ ୨ ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ଭୟଭୀତ କରାଇ ଚୁପ୍‌ ହୋଇ ବସିବାକୁ କହିବାସହ କାର୍‌ର ଆଗ କାଚଟିକୁ ଭାଙ୍ଗି ଦେଇଥିଲେ। ପରେ କାର୍‌ ପଛ ଡୋର୍‌ରେ ଥିବା ଟଙ୍କା ଭର୍ତ୍ତି ଟ୍ରଙ୍କଟିକୁ ନେଇ ଆଣିଥିବା କାର୍‌ରେ ଫେରାର ହୋଇଯାଇଥିଲେ। ପରେ ଘଟଣା ବିଷୟରେ ବ୍ୟାଙ୍କ କର୍ତ୍ତୃପକ୍ଷ ଜାଣି ପାହଳ ଫାଣ୍ଡିରେ ଅଭିଯୋଗ କରିଥିଲେ। ଖବରପାଇ ଜୋନ-୪ର ଏସିପି ଅମରେନ୍ଦ୍ର ପଣ୍ଡା ଓ ବାଲିଅନ୍ତା ଥାନାଧିକାରୀ ପ୍ରଦୀପ ରାଉତ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରାଥମିକ ତଦନ୍ତରେ ୨ ବ୍ୟାଙ୍କ କର୍ମଚାରୀ ସମେତ କାର୍‌ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri