ବ୍ୟାଙ୍କ କାରବାର ଠପ୍‌

ଭୁବନେଶ୍ୱର,୧।୨: ବେତନ ସଂଶୋଧନ ଦାବିରେ ବ୍ୟାଙ୍କ ସଂଘଗୁଡିକ ଦେଇଥିବା ୨ ଦିନିଆ ଧର୍ମଘଟ ଡାକରା ଯୋଗୁ ସାରା ଦେଶରେ ବ୍ୟାଙ୍କ କାରବାର ଠପ୍‌ ହୋଇଯାଇଛି। ୟୁନାଇଟେଡ ଫୋରମ୍‌ ଅଫ୍‌ ବ୍ୟାଙ୍କ୍‌ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଦିଆଯାଇଥିବା ଏହି ଧର୍ମଘଟ ଡାକରାରେ ଦେଶର ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ସାମିଲ ହୋଇଛନ୍ତି। ଏହି ଧର୍ମଘଟରେ ଓଡିଶାର ୪୦ ହଜାର କର୍ମଚାରୀ ସାମିଲ ହୋଇଥିବା ସୂଚନା ରହିଛି। ଶୁକ୍ରବାର ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସମସ୍ତ ସ୍ଥାନରେ କର୍ମଚାରୀମାନେ ବ୍ୟାଙ୍କ ସାମ୍ନାରେ ପିକେଟିଂ କରିବା ସହ ଧାରଣା ଦେଇଥିଲେ। କେତେକ ସ୍ଥାନରେ କର୍ମଚାରୀମାନେ ଘରୋଇ ବ୍ୟାଙ୍କ ଶାଖାକୁ ମଧ୍ୟ ପିକେଟିଂ କରି ବନ୍ଦ କରିଥିବା ଦେଖାଯାଇଥିଲା। ଏହି ଧର୍ମଘଟରେ ରାଜ୍ୟର ୫ ହଜାର ବ୍ୟାଙ୍କ ଶାଖା ବନ୍ଦ ରହିଛି। ଫଳରେ ବ୍ୟାଙ୍କ କାରବାର ଠପ୍‌ ହୋଇଯାଇଛି। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ବନ୍ଦ ରହିଥିଲା। ଶୁକ୍ରବାର ଏବଂ ଶନିବାର ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ଲୋକ ପାଇବେ ନାହିଁ। ରବିବାର ଛୁଟି ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ମୋଟାମୋଟି ଭାବେ କହିବାକୁ ଗଲେ ୪ ଦିନ ଲଗାତର ବ୍ୟାଙ୍କ ବନ୍ଦ ରହିବ। ଏହି ସମୟରେ ଏଟିଏମ୍‌ ସେବା ପ୍ରଭାବିତ ହେବ ବୋଲି ଆଶଙ୍କା କରାଯାଇଛି। ରାଜ୍ୟରେ ପ୍ରଥମ ଦିନ ଧର୍ମଘଟ ସଫଳ ହୋଇଥିବାରୁ କର୍ମଚାରୀଙ୍କୁ ଏଆଇବିଓସି ରାଜ୍ୟ ସଭାପତି ଦାମୋଦର ନନ୍ଦ ଧନ୍ୟବାଦ ଦେଇଛନ୍ତି। ଧର୍ମଘଟରେ ଏଆଇବିଇଏ, ଏଆଇବିଓସି, ଏନ୍‌ସିବିଇ, ଏଆଇବିଓଏ, ବିଇଏଫ୍‌ଆଇ, ଆଇଏନ୍‌ବିଇଏଫ୍‌, ଆଇଏନ୍‌ବିଓସି, ଏନ୍‌ଓବିଓଡବ୍ଲ୍ୟୁ ଏବଂ ଏନ୍‌ଓବିଓ ଭଳି ସଂଘ ଯୋଗ ଦେଇଛନ୍ତି। ସଂଘଗୁଡିକ ୧୨ ଦଫା ଦାବି ରଖିଛନ୍ତି। ମଜୁରି ସଂଶୋଧନରେ ୨୦% ବୃଦ୍ଧି, ୫ ଦିନ କାର୍ଯ୍ୟ ଦିବସ, ବେସିକ୍‌ ପେ ସହ ସ୍ବତନ୍ତ୍ର ଭତ୍ତା ମିଶ୍ରଣ, ସ୍ବତନ୍ତ୍ର ପେନସନ ସ୍କିମ, ପରିବାର ପେନସନ ବୃଦ୍ଧି ଭଳି ଦାବି ଏହା ମଧ୍ୟରେ ସାମିଲ ରହିଛି। ଦାବି ଉପରେ ବିହିତ ପଦକ୍ଷେପ ଗ୍ରହଣ କରା ନ ଗଲେ ମାର୍ଚ୍ଚ ମାସ ୧୧,୧୨ ଏବଂ ୧୩ ତାରିଖରେ ୩ ଦିନ ଧର୍ମଘଟ ହେବ। ପୁଣି ଯଦି ଦାବି ପୂରଣ ନ ହୁଏ ତେବେ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ଲାଗି କର୍ମଚାରୀମାନେ ଧାରଣାରେ ବସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri