ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା ଗ୍ରୀଲ୍‌କୁ ଗ୍ୟାସ୍‌ କଟରରେ କାଟି ବ୍ୟାଙ୍କ ଭିତରକୁ ପଶି ଟଙ୍କା ଲୁଟି ନେଇଛନ୍ତି। ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କର ଝରକା ଭଙ୍ଗା ଯାଇଥିବା ଦେଖି ବ୍ୟାଙ୍କ ମ୍ୟାନେଜର ଏବଂ ବାଲିଆପାଳ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ୫ ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କର ପଛପଟ ସ୍କାଇ ଲାଇଟ୍‌ ଭାଙ୍ଗି କମ୍ପ୍ୟୁଟର ଏବଂ ବିଭିନ୍ନ ଆସବାବପତ୍ର ଚୋରି କରିଥିଲେ ଦୁର୍ବୃତ୍ତ। ତେବେ ଏହି ଅଞ୍ଚଳରେ ବାରମ୍ବାର ଚୋରି ହେଉଥିବାରୁ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ପାଳିତ: ହାତୀ ସୁରକ୍ଷା ପାଇଁ ସଚେତନତା ସଭା

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଚନ୍ଦ୍ରଗିରି ରେଞ୍ଜ ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri