ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍‌ଡ଼ ଅଫିସର ଲିଙ୍ଗରାଜ ସାହୁ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା (ନଂ. ୧୮୭/୧୯) ରୁଜୁ କରି ପୋଲିସ ଡକାୟତଙ୍କୁ ଧରିବା ପାଇଁ ଜାଲ ବିଛାଇଛି। ଏସ୍‌ପି ବି. ଯୁଗଳ କିଶୋର କୁମାରଙ୍କ ନିର୍ଦ୍ଦେଶକ୍ରମେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଗୁରୁବାର ସନ୍ଧ୍ୟାରେ ଏସ୍‌ପିଙ୍କ ସମେତ ସଦର ଏସ୍‌ଡ଼ିପିଓ ପ୍ରଭାସ ଚନ୍ଦ୍ର ପାଲ, ବସ୍ତା ଏସ୍‌ଡ଼ିପିଓ ରଣଜିତ ପୃଷ୍ଟି, ବସ୍ତା ଆଇଆଇସି ଧନେଶ୍ୱର ସାହୁ, ରୂପ୍‌ସା ଓଆଇସି ସୁଚନ୍ଦ୍ର ମହାଳିକ ପ୍ରମୁଖ ବ୍ୟାଙ୍କରେ ପହଞ୍ଚତ୍ ଅନୁଧ୍ୟାନ କରିଥିଲେ। ଅପରପକ୍ଷରେ ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ଗୁରୁବାର ଅପରାହ୍ନ ୧ଟା ୨୦ମିନିଟ୍‌ ସମୟରେ ୨ଟି ପଲସର୍‌ରେ ୬ଜଣ ଦୁର୍ବୃତ୍ତ ଆସି ବ୍ୟାଙ୍କରେ ଲୁଟ୍‌ପାଟ୍‌ କରିଥିଲେ। ବ୍ୟାଙ୍କ କର୍ମଚାରୀ ଓ ଗ୍ରାହକଙ୍କୁ ମାରଣାସ୍ତ୍ର ସହ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ମାତ୍ର ୧୦ମିନିଟ୍‌ ମଧ୍ୟରେ ଷ୍ଟ୍ରଙ୍ଗରୁମ୍‌ ଓ କ୍ୟାଶ୍‌ କାଉଣ୍ଟରରେ ଥିବା ୩୨ଲକ୍ଷ ୪୨ହଜାର ଟଙ୍କା ନେଇ ବ୍ୟାଙ୍କ ବାହାରୁ ତାଲା ପକାଇ ଚମ୍ପଟ ମାରିଥିଲେ। ଫିଲ୍‌ଡ଼ ଅଫିସର ଓ ୨ଜଣ ଗ୍ରାହକଙ୍କଠାରୁ ୩ଟି ମୋବାଇଲ ନେଇ ଯାଇଥିଲେ। ପୋଲିସ ଗାନ୍ଧୀଛକ-ମଥାନୀ ରାସ୍ତାରେ ପଡ଼ିଥିବା ଫିଲ୍‌ଡ଼ ଅଫିସରଙ୍କ ମୋବାଇଲ ଉଦ୍ଧାର କରିଛି। ବ୍ୟାଙ୍କ ପରିସରରୁ ୪ଟି ବୋମା ଓ ଗୋଟିଏ କଟର ମେଶିନ୍‌ ଜବତ କରାଯାଇଥିଲା। ତେବେ ଦୁର୍ବୃତ୍ତମାନେ ପଶ୍ଚିମବଙ୍ଗ ଅଞ୍ଚଳର ହୋଇଥାଇ ପାରନ୍ତି ବୋଲି ପୋଲିସ ଅନୁମାନ କରିବା ପରେ ଶୁକ୍ରବାର ଆଇଆଇସି ସାହୁଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ପଶ୍ଚିମବଙ୍ଗରେ ଛାନଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri