ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ

ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ ପରିଡା, ତୋଫାନ ଦାସ, ଲିଲୁ ଦଳେଇ, ଅମର କୁମାର ଦଳେଇ, ବିକ୍ରମ ଦାସ ଓ ମନୋଜ ଦାସ। ସେମାନଙ୍କଠାରୁ ଦୁଇଟି ବୋମା,  ୨ ଖଣ୍ଡା, ଗୋଟିଏ ଲୁହାରଡ ଜବତ କରାଯାଇଛି। କୁନାଙ୍କ ନାମରେ ବ୍ରହ୍ମପୁର ପୋଲିସ ଜିଲାର ବିଭିନ୍ନ ଥାନାରେ ୨୨ ମାମଲା ରହିଥିବା ଥାନା ଅଧିକାରୀ ବାବୁଲି ନାୟକ ସୂଚନା ଦେଇଛନ୍ତି। ସୋମବାର ରାତିରେ ରଣ୍ଢା  ଓ ଚିକରଡା ରାସ୍ତାରେ ଥିବା ଏକ ନିର୍ମାଣାଧୀନ କୋଠାରେ ଅଭିଯୁକ୍ତମାନେ ରଣ୍ଢାସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି ପାଇଁ ଯୋଜନା କରୁଥିଲେ। ପୋଲିସ ଏହି ସୂଚନା ପାଇ ସେଠାରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ କାବୁ କରିଥିଲା। ଏ ନେଇ ଥାନାରେ ନଂ. ୧୧୧/୧୯ରେ ଏକ ମାମଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ଏକାଧିକ ମାମଲାର ଅଭିଯୁକ୍ତ କୁନାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଥିଲା। ତାଙ୍କୁ କୋର୍ଟଚାଲାଣ କରାଯାଇଥିଲେ ମଧ୍ୟ ପରେ ଜାମିନରେ ମୁକୁଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri