ବ୍ୟାଙ୍କ ତଳେ ମଦଦୋକାନ

କାମାକ୍ଷାନଗର, ୧୨।୬(ଡି.ଏନ୍‌.ଏ.)-କୋଠା ଉପରେ ବ୍ୟାଙ୍କ। ଆଉ ଏହାର ଠିକ୍‌ ତଳେ ଖୋଲିଛି ସରକାରୀ ବିଦେଶୀ ମଦ ଦୋକାନ। ମଦ ପିଇ ମାତାଲ ହୋଇ ଗଡୁଛନ୍ତି ମଦ୍ୟପ। ଅଶ୍ଳୀଳ ଇଙ୍ଗିତର ଶିକାର ହେଉଛନ୍ତି ବ୍ୟାଙ୍କକୁ ଆସୁଥିବା ଛାତ୍ରୀ, ଯୁବତୀ, ମହିଳା। ଏଭଳି ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା କାମାକ୍ଷାନଗରସ୍ଥିତ ଅନୁଗୋଳ କେନ୍ଦ୍ର ସଂଯୁକ୍ତ ସମବାୟ ବ୍ୟାଙ୍କ ଚାଲିଥିବା କୋଠାରେ। ବ୍ୟାଙ୍କ ପରିସର ମଦ୍ୟପଙ୍କ ଆଡ୍ଡାସ୍ଥଳୀ ପାଲଟିଥିବାବେଳେ ମୁହଁ ମୋଡୁଛନ୍ତି ଗ୍ରାହକ। ଏପରି ସମସ୍ୟାରେ ଅତିଷ୍ଠ ହୋଇପଡ଼ିଥିବା ବୁଦ୍ଧିଜୀବୀମାନେ ଏବେ ବ୍ୟାଙ୍କକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି।
ଅନୁଗୋଳ କେନ୍ଦ୍ର ସଂଯୁକ୍ତ ସମବାୟ ବ୍ୟାଙ୍କ ପୂର୍ବରୁ ଲକ୍ଷ୍ମୀବଜାରରେ କାର୍ଯ୍ୟ କରୁଥିଲା। ବ୍ୟାଙ୍କ ଘର ଅତ୍ୟନ୍ତ ବିପଦସଙ୍କୁଳ ହୋଇପଡ଼ିବାରୁ ୨୦୧୬ ସେପ୍ଟେମ୍ବର ୧୯ରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତାର ଦାସୀପୋଖରୀ ପେଟ୍ରୋଲ ପମ୍ପ ପାଖରେ ଥିବା ଏକ ପକ୍କା ଘରର ପ୍ରଥମ ମହଲାକୁ ସ୍ଥାନାନ୍ତର କରାଯାଇଥିଲା। ସେବେଠାରୁ ବ୍ୟାଙ୍କ ଉକ୍ତ ଭଡ଼ାଘରେ ଚାଲିଛି। ପରବର୍ତ୍ତୀ ସମୟରେ ଉକ୍ତ ଘର ତଳ ମହଲାରେ ସରକାରୀ ବିଦେଶୀ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିଥିଲା। ଫଳରେ ବ୍ୟାଙ୍କ କାର୍ଯ୍ୟାଳୟ ଆଖପାଖ ଅଞ୍ଚଳ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ସେମାନେ ମଦ୍ୟପାନ କରି ବ୍ୟାଙ୍କ ନିକଟରେ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ବ୍ୟାଙ୍କକୁ ଆସୁଥିବା ମହିଳାମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ମଦ୍ୟପଙ୍କ ଲାଗି ପଥଚାରୀ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ବ୍ୟାଙ୍କ ନିକଟରେ ଥିବା ମଦଦୋକାନ ପାଇଁ ଦୈନିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାରୁ ତୁରନ୍ତ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।
ଏ ନେଇ ବ୍ୟାଙ୍କ ଶାଖା ପରିଚାଳକ ମନୋରଞ୍ଜନ ସିଂ, ବ୍ୟାଙ୍କ ସ୍ଥାନାନ୍ତର କରାଯିବା ସମୟରେ ଏହାର ତଳ ମହଲାରେ ମଦ ଦୋକାନ ଖୋଲିବା ବିଷୟ ଘର ମାଲିକ କହି ନ ଥିଲେ। ସେଠାରେ ଗୋଦାମ ହେବ ବୋଲି କହିଥିଲେ। ଏଗ୍ରିମେଣ୍ଟ ସରିବା ପରେ ବ୍ୟବସାୟିକ ମନୋବୃତ୍ତି ରଖି ମଦ ଦୋକାନ ଲାଗି ଘର ଭଡ଼ା ଦେଇଥିଲେ। ଏ ନେଇ ଜିଲାପାଳ, ଅବକାରୀ ବିଭାଗକୁ ବାରମ୍ବାର ଚିଠି ଲେଖାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଏପରି କି ତୁରନ୍ତ ବ୍ୟାଙ୍କ ସ୍ଥାନାନ୍ତର କରିବାକୁ ନାବାର୍ଡ କର୍ତ୍ତୃପକ୍ଷ ମଧ୍ୟ ରିପୋର୍ଟ ଦେଇସାରିଲେଣି। ଖୁବ୍‌ଶୀଘ୍ର ପୁରୁଣା କୋଠାକୁ ବ୍ୟାଙ୍କ ସ୍ଥାନାନ୍ତର ହେବା ନେଇ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri