ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌ ହୋଇଯାଇଛନ୍ତିି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ଥାନା ନୂଆ ମୌଳାଭଞ୍ଜା ଗ୍ରାମ ଗୋପବନ୍ଧୁ ନଗରର ଆପାରାଓ ଆଚାରୀ। ଆପାରାଓ ସକାଳେ ଷ୍ଟେଟ ବ୍ୟାଙ୍କରେ ଟଙ୍କା ଜମାକରିବା ପାଇଁ ଆସୁଥିଲେ। ଏହି ସମୟରେ ବ୍ୟାଙ୍କ ନିକଟସ୍ଥ ଜନସେବା କେନ୍ଦ୍ର ନିକଟରେ ଜଣେ ଯୁବକ ବାଇକ୍‌ରେ ଆସି ବୃଦ୍ଧଙ୍କ ସହ କଥା ହୋଇ ନିଜକୁ ଉକ୍ତ ବ୍ୟାଙ୍କର ମ୍ୟାନେଜର ବୋଲି କହିଥିଲେ। ପରେ ତୁମ ଜମା ଖାତାରେ କମ ଟଙ୍କା ଅଛି ଏଣୁ ଡାକ୍ତର ସାର୍ଟିଫିକେଟ ଲୋଡା କହି ବାଇକ୍‌ରେ ତାଙ୍କୁ ବସାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ବୃଦ୍ଧଙ୍କୁ ଓହ୍ଲାଇ ତୁମେ ଏଠାରେ ବସିଥାଅ କହି ତାଙ୍କଠାରୁ ୬ ହଜାର ଟଙ୍କା ନେଇ ଚମ୍ପଟ ମାରିଥିଲେ। କିଛିସମୟ ପରେ ସମ୍ପୃକ୍ତ ଯୁବକ ନ ଫେରିବାରୁ ବୃଦ୍ଧ ଆଖପାଖରେ ଥିବା ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ପହଞ୍ଚତ୍ ଦିଗପହଣ୍ଡି ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri