Posted inଖେଳ

ବ୍ୟାଡ୍‌ମିଣ୍ଟନରୁ ମାଥିଆସଙ୍କ ଅବସର

ନୂଆଦିଲ୍ଲୀ, ୨୫ା୪ (ପି.ଟି.)- ଡେନମାର୍କର ଅଗ୍ରଣୀ ବ୍ୟାଡ୍‌ମିଣ୍ଟନ ଡବଲ୍ସ ଖେଳାଳି ମାଥିଆସ ବୋଏ ଖେଳରୁ ଅବସର ନେଇଛନ୍ତି। ଦୁଇ ଦଶନ୍ଧି ଧରି ତାଙ୍କ କ୍ୟାରିୟରରେ ସେ ମାଇକେଲ ଜେନସେନ, ଥୋମାସ୍‌ ହୋଭାଗାର୍ଡ ଏବଂ ମାଇକେଲ ଲାମ୍ପଙ୍କ ସହିତ ପାର୍ଟନର ହୋଇ ଖେଳିଛନ୍ତିି। କିନ୍ତୁ କାର୍ଷ୍ଟେନ ମୋଗେନ୍‌ସେନଙ୍କ ସହିତ ସେ ବହୁ ଦିନ ଧରି ପାର୍ଟନର ହୋଇ ଖେଳିଛନ୍ତି ଏବଂ ସଫଳ ମଧ୍ୟ ରହିଛନ୍ତି। ୩୯ ବର୍ଷୀୟ ମାଥିଆସ କହିଛନ୍ତି ମୋ କ୍ୟାରିୟର ଭିତରେ ଶ୍ରେଷ୍ଠ ବ୍ୟାଡ୍‌ମିଣ୍ଟନ ଖେଳାଳି ହେବା ପାଇଁ ସବୁବେଳେ ଚେଷ୍ଟା କରିଆସିଥିଲା। ବର୍ତ୍ତମାନ ମୋର ପ୍ରଦର୍ଶନ ଆଶାନୁରୂପ ହେଉ ନ ଥିବାରୁ ମୁଁ ଅବସର ନେବାକୁ ଉଚିତ ମଣିଲି। ସେ କହିଛନ୍ତି, ବର୍ତ୍ତମାନ କରୋନା ଭାଇରସ୍‌ ପାଇଁ ଚାଲିଥିବା ଲକ୍‌ଡାଉନ୍‌ ସହିତ ମୋ ଅବସର ନିଷ୍ପତ୍ତିର କୌଣସି ସମ୍ପର୍କ ନାହିଁ। ଏଲିଟ୍‌ ଲେଭେଲରେ ସକ୍ରିୟ ଥିବା ଖେଳାଳିଙ୍କ ମଧ୍ୟରେ ମାଥିଆସ ସବୁଠାରୁ ବୟୋଜ୍ୟେଷ୍ଠ। ୧୯୯୮ରେ ମୋଗେନ୍‌ସେନଙ୍କ ସହିତ ସେ ତାଙ୍କ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ଦୁହିଁଙ୍କର ପ୍ରଥମ ଟୁର୍ନାମେଣ୍ଟ ୟୁଏସ ଓପନ୍‌ ୨୦୦୪ରେ ସେମାନେ ଫାଇନାଲରେ ପ୍ରବେଶ କରିଥିଲେ। ଏହି ଯୋଡ଼ି ଲଣ୍ଡନ ଅଲିମ୍ପିକ୍ସ ୨୦୧୨ ଏବଂ ବିଶ୍ୱ ଚାମ୍ପିୟନଶିପ୍‌ ୨୦୧୩ରେ ରୌପ୍ୟ ସହ ଅନେକ ଟୁର୍ନାମେଣ୍ଟରେ ସଫଳତା ହାସଲ କରିଛି। ୨୦୧୬ରେ ଥୋମାସ କପ୍‌ ଜିତିଥିବା ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ଏହିଯୋଡ଼ି ସୁପର ସିରିଜ ଇଭେଣ୍ଟଗୁଡ଼ିକରେ ଅନେକଥର ପୋଡିୟମ ଫିନିଶ କରିଛନ୍ତି। ଏହାଛଡ଼ା ସେମାନେ ଦୁଇଥର ସମ୍ମାନଜନକ ଅଲ୍‌ ଇଂଲଣ୍ଡ (୨୦୧୧, ୨୦୧୫) ଟାଇଟଲ ହାସଲ କରିଛନ୍ତି। କ୍ରମାଗତ ୩ ଥର ଓ୍ବାଲର୍‌ଡ ସିରିଜ ଫାଇନାଲ୍ସ (୨୦୧୦, ୨୦୧୧, ୨୦୧୨) ଟାଇଟଲ ହାସଲ କରିଛନ୍ତି। ୨୦୧୯ରେ ଏହି ପାର୍ଟନରଶିପ୍‌ ଭାଙ୍ଗିଯାଇଥିଲା। ମାଥିଆସଙ୍କୁ ମ୍ୟାଡ୍ସ କୋନାର୍ଡ ପିଟରସନଙ୍କ ସହିତ ପାର୍ଟନର ହୋଇ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri