ବ୍ୟାପକ ଜଙ୍ଗଲ କଟା ଯୋଗୁ ପରିବେଶ ନଷ୍ଟ: କାନଝରୀ ନଦୀବନ୍ଧ ପାଇଁ ବିପଦ ଆଶଙ୍କା

କେନ୍ଦୁଝର, ୮।୧୨(ସ୍ବ.ପ୍ର.)-ସଦର ରେଞ୍ଜ ଅନ୍ତର୍ଗତ ଗୋପାଳପୁର ଗ୍ରାମ ନିକଟ ଜଙ୍ଗଲ ବ୍ୟାପକ ନଷ୍ଟ ଯୋଗୁ ପରିବେଶ କ୍ଷତିଗ୍ରସ୍ତ ହୋଇଛି। ଏବେ ଗୋପାଳପୁର ହାଟ ନିକଟ ଜଙ୍ଗଲରେ ବହୁ ସଂଖ୍ୟାରେ ଗଛ କଟାଚାଲିଥିଲେ ହେଁ ବନ ବିଭାଗର ନିଘା ନାହିଁ । ବହୁ ମୂଲ୍ୟବାନ ଗଛ କାଟି ଧରାଶାୟୀ ହୋଇଥିବାବେଳେ ଟ୍ରାକ୍ଟରରେ କଟା ଗଛ ଚାଲାଣ ହେଉଥିବାରୁ ପରିବେଶ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି । ଏବେ ମଧ୍ୟ ବଡ଼ବଡ଼ ଗଛ ଉକ୍ତ ସ୍ଥାନରେ ପଡିରହିଛି । ତେବେ ଏନେଇ ସ୍ଥାନୀୟ ଅଞ୍ଚଳର ବନ ବିଭାଗ କର୍ମଚାରୀ କିପରି ଜାଣି ପାରୁନାହାନ୍ତି ଏବଂ ଧରପଗଡ଼ କରୁନାହାନ୍ତି ତାହାକୁ ନେଇ ସାଧାରଣରେ ସନ୍ଦେହ ଉପୁଜିଛି । ସ୍ଥାନୀୟ ଲୋକଙ୍କୁ ପ୍ରଲୋଭିତ କରି ଏଭଳି ଗଛ କଟା ଚାଲିଥିବାରୁ ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି । କାନଝରୀ ନଦୀ କୂଳରେ ଏଭଳି ଗଛ କଟା ଚାଲିଥିବାରୁ ଉକ୍ତ ସ୍ଥାନକୁ ଭୋଜିଭାତ କରିବାକୁ ଯାଉଥିବା ପର୍ଯ୍ୟଟକ ତଥା ଆଖପାଖ ଅଞ୍ଚଳର ପ୍ରକୃତି ପ୍ରେମୀ ଘୋର ଉଦ୍‌ବେଗ ବ୍ୟକ୍ତ କରିଛନ୍ତି। ଗଛ କଟାଯାଉଥିବାରୁ ଉକ୍ତ ଅଞ୍ଚଳ ପଦା ହୋଇଗଲାଣି। ଗଛ କଟିଗଲେ ମୃତ୍ତିକା କ୍ଷୟ ହେବ ଏବଂ ଏହା କାନଝରୀ ନଦୀ ତଥା ତଳ ମୁଣ୍ଡରେ କିଛି ଦୂରରେ ନିର୍ମାଣ ହୋଇଥିବା କାନଝରୀ ଜଳଭଣ୍ଡାର ପ୍ରଦୂଷିତ ହୋଇ ପୋତି ହୋଇଯିବା ଆଶଙ୍କା ଥିବାରୁ ପରିବେଶବିତ୍‌ ମାନେ ଚିନ୍ତା ପ୍ରକଟ କରିଛନ୍ତି। ଅନ୍ୟ କୌଣସି କାମରେ ଲଗାଇବାକୁ ଗଛ କାଟୁଥିବା ସ୍ଥାନୀୟ ଲୋକ ମତବ୍ୟକ୍ତ କରୁଛନ୍ତି । ଏଣୁ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri