‘ବ୍ୟାପକ ହେଉ କଳାକାରଙ୍କୁ ଚିହ୍ନଟ ପ୍ରକ୍ରିୟା’

ଢେଙ୍କାନାଳ ଅଫିସ, ୩ା୨ : ସାଂସ୍କୃତିକ ଅନୁଷ୍ଠାନ ଶତରୂପା ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଆୟୋଜିତ ହେଉଥିବା କାରୁବାକୀ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, କଳା ଏବଂ କଳାକାରଙ୍କୁ ନେଇ ଢେଙ୍କାନାଳ ସମୃଦ୍ଧ। ଏପରି ଉତ୍ସବ କଳାକାରଙ୍କୁ ଆଗକୁ ବଢ଼ିବାରେ ସହାୟକ ହେଉଛି। ପ୍ରତିଭାବାନ କଳାକାରଙ୍କୁ ଚିହ୍ନଟ କରି ଲୋକଲୋଚନକୁ ଆଣିବାର ପ୍ରକ୍ରିୟା ବ୍ୟାପକ କରିବା ପାଇଁ ଏମ୍‌ପି ପରାମର୍ଶ ଦେଇଥିଲେ।
ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ବିଚାରପତି ଭିକାରୀ ଚରଣ ରାଉତ, ଶିକ୍ଷାବିତ୍‌ ଦୀନେଶ ପଟ୍ଟନାୟକ, ଅଟଳ ବିହାରୀ ଦାସ, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, କବି ବସନ୍ତ କୁମାର ପଟ୍ଟନାୟକ ପ୍ରମୁଖ ଯୋଗଦେଇ କଳାକାରମାନେ ସମାଜର ସଂହତି ଓ ଏକତାର ବାର୍ତ୍ତାବହ ବୋଲି ମତବ୍ୟକ୍ତ କରିଥିଲେ। ଉତ୍ସବରେ ଅନୁଷ୍ଠାନର ଅଧ୍ୟକ୍ଷ ବାଦଲ ବିହାରୀ ପଟ୍ଟନାୟକ ସଭାପତିତ୍ୱ କରିଥିବାବେଳେ ସମ୍ପାଦକ ତିମିରସୁ ପଟ୍ଟନାୟକ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଶିଷ୍ଟ ନାଟ୍ୟକାର ଦିଲ୍ଲୀଶ୍ୱର ମହାରଣାଙ୍କୁ ‘କାରୁବାକୀ ନାଟ୍ୟ ସମ୍ମାନ’, ବେବି ଶତପଥୀଙ୍କୁ ସାହିତ୍ୟ ସମ୍ମାନ, ବଜରଙ୍ଗ କ୍ଲବକୁ ସେବା ସମ୍ମାନରେ ସମ୍ମାନିତ କରାଯାଇଥିଲା। ଶେଷରେ ଦଳଗତ ଓଡ଼ିଶୀ ନୃତ୍ୟ, ଗଣେଶ ବନ୍ଦନା ଏକଦନ୍ତମ୍‌ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri