Posted inଖେଳ

ବୟକଟ୍‌, ଷ୍ଟ୍ରସ୍‌ଙ୍କୁ ନାଇଟ୍‌ହୁଡ ଉପାଧି

ଲଣ୍ଡନ, ୧୦।୯ (ଏଏଫ୍‌ପି)- କିମ୍ବଦନ୍ତୀ ଇଂଲଣ୍ଡ କ୍ରିକେଟ୍‌ ଖେଳାଳି ଜେଫ୍ରି ବୟକଟ୍‌ ଓ ଆଣ୍ଡ୍ରିଉ ଷ୍ଟ୍ରସଙ୍କୁ ସମ୍ମାନଜନକ ନାଉଟ୍‌ହୁଡ ଉପାଧିରେ ସମ୍ମାନିତ କରାଯାଇଛି। କ୍ରିକେଟ୍‌କୁ ଉଲ୍ଲେଖନୀୟ ଅବଦାନ ଲାଗି ୟୁନାଇଟେଡ୍‌ କିଙ୍ଗ୍‌ଡମର ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ମେ ଉଭୟ ବୟକଟ୍‌ ଓ ଷ୍ଟ୍ରସ୍‌ଙ୍କୁ ଏହି ଉପାଧି ପ୍ରଦାନ କରିଛନ୍ତି। ୭୮ ବର୍ଷୀୟ ବୟକଟ୍‌ ୧୯୬୪ରୁ ୧୯୮୨ ମଧ୍ୟରେ ୧୦୮ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ପକ୍ଷରୁ ପ୍ରତିନିଧିତ୍ୱ କରି ୪୭.୭୨ ଆଭରେଜରେ ୮,୧୧୪ ରନ୍‌ ସଂଗ୍ରହ କରିଛନ୍ତି। ସେହିଭଳି ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ବୟକଟ୍‌ଙ୍କ ନାମରେ ୧୫୧ ଶତକ ସହ ୪୮ ହଜାରରୁ ଊର୍ଦ୍ଧ୍ୱ ରନ୍‌ ରହିଛି। ୧୯୭୮ରେ ମଧ୍ୟ ବୟକଟ୍‌ ଇଂଲଣ୍ଡ ଦଳର ନେତୃତ୍ୱ ନେବାର ସୁଯୋଗ ପାଇଥିଲେ। ଅବସର ପରେ ସେ ବୟକଟ୍‌ କ୍ରିକେଟ୍‌ ଭାଷ୍ୟକାର ଭାବେ ବେଶ୍‌ ଚର୍ଚ୍ଚିତ ହୋଇଥିଲେ। ସେହିଭଳି ୪୨ ବର୍ଷୀୟ ଷ୍ଟ୍ରସ୍‌ ୨୦୦୪ରୁ ୨୦୧୨ ମଧ୍ୟରେ ୫୦ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଦଳର ନେତୃତ୍ୱ ନେଇ ଦୁଇଥର (୨୦୦୯ ଓ ୨୦୧୦-୧୧)ଆଶେସ ସିରିଜ ବିଜୟୀ କରାଇଛନ୍ତି। ଷ୍ଟ୍ରସଙ୍କ ନେତୃତ୍ୱରେ ଇଂଲଣ୍ଡ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଏକ ନମ୍ବର ସ୍ଥାନ ହାସଲ କରିଥିଲା। ଏହି ବାମହାତୀ ଓପନର୍‌ ୧୦୦ ଟେଷ୍ଟ ମ୍ୟାଚ୍‌ରୁ ୨୧ ଶତକ ସହାୟତାରେ ୭,୦୩୭ ରନ୍‌ ସଂଗ୍ରହ କରିଛନ୍ତି। ଦକ୍ଷିଣ ଆଫ୍ରିକା ଜନ୍ମିତ ଷ୍ଟ୍ରସ୍‌ ଅବସର ପରେ ୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌ ବୋର୍ଡ (ଇସିବି)ର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। କିନ୍ତୁ କ୍ୟାନସରରେ ସ୍ତ୍ରୀଙ୍କ ବିୟୋଗ ପରେ ୨୦୧୮ରେ ସେ ଏଥିରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri