ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ ବୋବଡେଙ୍କ ନେତୃତ୍ୱାଧୀନ ତିନି ଜଣିଆ ଖଣ୍ଡପୀଠ ବିନା ଭକ୍ତରେ ବଡଦାଣ୍ଡରେ ରଥ ଗଡିବାକୁ ଅନୁମତି ପ୍ରଦାନ କରିଛନ୍ତି। ରଥଯାତ୍ରା ଆୟୋଜନ ଉପରେ ପୂର୍ବରୁ ଲଗାଇଥିବା ରୋକ ଉପରେ ପୁନର୍ବିଚାର କରି ଏଭଳି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ସୂଚନାଯୋଗ୍ୟ, ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଥିଲେ। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରି କହିଥିଲେ ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ କରାଯାଉ। ମହାପ୍ରଭୁଙ୍କ ଘୋଷ ଯାତ୍ରା ଥରେ ବନ୍ଦ ହେଲେ ୧୨ ବର୍ଷ ଯାଏ ହୋଇପାରିବ ନାହିଁ। ଆସନ୍ତାକାଲି ଯଦି ଜଗନ୍ନାଥ ନ ବାହାରିବେ ତେବେ ୧୨ ବର୍ଷ ଯାଏ ବାହାରିବେ ନାହିଁ ବୋଲି ଯୁକ୍ତିରେ ଉଲ୍ଲେଖ କରିଥିଲେ ସଲିସିଟର ଜେନେରାଲ। କେବଳ ନେଗେଟିଭ୍‌ ଟେଷ୍ଟ ସେବାୟତଙ୍କୁ ଯାତ୍ରାରେ ସାମିଲ କରାଯାଉ। ରଥଯାତ୍ରାର ସିଧା ପ୍ରସାରଣ ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। କୋଭିଡ ନ ବ୍ୟାପିବା ପାଇଁ ପଦକ୍ଷେପ ନେଇପାରିବେ ରାଜ୍ୟ ସରକାର। ଦିନକ ପାଇଁ ସେଠାରେ କର୍ଫ୍ୟୁ ଜାରି କରାଯାଇପାରିବ ସେ କହିଥିଲେ। ରାଜ୍ୟ ସରକାରଙ୍କ ଓକିଲ ହରିଶ ସାଲଭେ ଏହାକୁ ସମର୍ଥନ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri