ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍‌ ବନ୍ଦ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା ସହିତ ଭିଡ଼ରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ଏହାର ପ୍ରଭାବ ବିଭିନ୍ନ ଧର୍ମସ୍ଥଳୀରେ ଦେଖିବାକୁ ମିଳିଛି। ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା ବାଧା ସୃଷ୍ଟି କରିଛି। ଦେଶର ୧୩ଟି ରାଜ୍ୟର ୩୩ଟି ଧର୍ମସ୍ଥଳୀରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଜାରି ହୋଇଛି। ଇତିମଧ୍ୟରେ ହରିଦ୍ୱାରରେ ଗଙ୍ଗା ଆରତି ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏହା ସହିତ ଦିଲ୍ଲୀର ଇସ୍କନ୍‌, ମୁମ୍ବାଇର ମହାଲକ୍ଷ୍ମୀ, ହାଜିଅଲ୍ଲୀ, ଜମ୍ମୁର ରଘୁନାଥ, ସିକରର ଖଟୁ ଶ୍ୟାମ, ଚିତ୍ରକୂଟର କାମତାନାଥ ଆଦି ମନ୍ଦିରକୁ ଗୁରୁବାର ବନ୍ଦ କରି ଦିଆଯାଇଛି। ଏହା ପୂର୍ବରୁ ବୁଧବାର ବୈଷ୍ଣୋଦେବୀଙ୍କ ଯାତ୍ରା ଉପରେ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ରୋକ ଲଗାଯାଇଥିଲା। ସେହିପରି ବୃନ୍ଦାବନରେ ପ୍ରଭୁ ରଙ୍ଗନାଥଙ୍କ ୧୭୧ ବର୍ଷ ଧରି ଜାରି ରହିଥିବା ବାର୍ଷିକ ଯାତ୍ରାକୁ ବନ୍ଦ କରାଯାଇଛି। ସୂଚନାଯୋଗ୍ୟ, ଭିଡ଼କୁ ଦୃଷ୍ଟିରେ ରଖି ତିରୁପତି, ଅଜମେର, ଶିରିଡ଼ି, ମମଲେଶ୍ୱର, ତ୍ରମ୍ବେକଶ୍ୱର, ଘୃଷ୍ଣେଶ୍ୱର, ସିଦ୍ଧିବିନାୟକ, କାମାକ୍ଷା ମନ୍ଦିର, ଶନି ଶିଙ୍ଗଣାପୁର, ଦଲାଇଲାମା ଟେମ୍ପୁଲ୍‌, ବୁମ୍ବାଦେବୀ, ବବୁଲନାଥ ଆଦି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ସେହିପରି ମହାକାଳେଶ୍ୱରଙ୍କ ଭସ୍ମ ଆରତିକୁ ବନ୍ଦ କରାଯାଇଛି। କାରଣ ଏହି ସମୟରେ ୩-୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥାଏ। ସ୍ବର୍ଣ୍ଣମନ୍ଦିର ଖୋଲା ଥିଲେ ମଧ୍ୟ ସ୍ବର୍ଣ୍ଣମନ୍ଦିର ପ୍ଲାଜାକୁ ବନ୍ଦ କରାଯାଇଛି। ଓଁକାରେଶ୍ୱର ମନ୍ଦିର ବନ୍ଦ ହୋଇ ନ ଥିଲେ ବି ଶ୍ରଦ୍ଧାଳୁଙ୍କୁ ଆସିବାକୁ ବାରଣ କରାଯାଇଛି। ହିମାଚଳ ପ୍ରଦେଶରେ ୬ ମନ୍ଦିରକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଇଟାଲିରେ ଚର୍ଚ୍ଚ ଏବଂ ଇରାନ୍‌ରେ ମସଜିଦ୍‌ରେ ସାମୁହିକ ପ୍ରାର୍ଥନାକୁ ମଧ୍ୟ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri