ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ : ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ

ନୟାଗଡ଼ ଅଫିସ/ନୂଆଗାଁ (ଡି.ଏନ.ଏ.)୨୭।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳିସ୍ଥିତ ଜନଶକ୍ତି ନୋଡ଼ାଲ ଉଚ୍ଚବିଦ୍ୟାଳୟରେ କେତେକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ରହିଥିବାବେଳେ ତାହା ଭଙ୍ଗାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଗତ ବର୍ଷ ଅଗଷ୍ଟ ମାସରେ ତତ୍କାଳୀନ ଜିଲାପାଳ ଡା. ଏନ୍‌. ତିରୁମାଲା ନାୟକ ଉକ୍ତ ବିଦ୍ୟାଳୟ ପରିଦର୍ଶନ କରିଥିବା ବେଳେ ବିପଦସଙ୍କୁଳ ଗୃହକୁ ଭାଙ୍ଗିବା ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବିଦ୍ୟାଳୟ ପରିଚାଳନା କମିଟି ମଧ୍ୟ ବିଧିବଦ୍ଧ ଭାବେ ଉକ୍ତ ଘରକୁ ଭାଙ୍ଗିବା ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏହା ପରେ କିନ୍ତୁ ଉକ୍ତ ଘରକୁ ଭଙ୍ଗାଯାଇନାହିଁ। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ଯୋଗୁ ବିଦ୍ୟାଳୟର ଶ୍ରେଣୀଗୃହକୁ ଭଙ୍ଗା ଯାଉ ନ ଥିବା ବିଦ୍ୟାଳୟ ପରିଚାଳନା କମିଟି ପ୍ରକାଶ କରିଛିି। ଫଳରେ ଉକ୍ତ ଘରେ ଛାତ୍ରୀଛାତ୍ରଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା ସେମାନେ ପ୍ରକାଶ କରିଛନ୍ତିି । ବର୍ତ୍ତମାନ ୩ ଦିନ ଧରି ଲଗାଣ ବର୍ଷା ହେବା ଫଳରେ ବିଦ୍ୟାଳୟ ପରିସରରେ ଥିବା ୪ଟି ବିପଦସଙ୍କୁଳ ଗୃହର ଅବସ୍ଥା ଶୋଚନୀୟ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri